ଅର୍ଣ୍ଣବଙ୍କ ସପକ୍ଷରେ ବାହାରିଲେ ବଲିଉଡ୍‌ର କୁଇନ୍‌: କହିଲେ ଏଭଳି

ବମ୍ବେ: ପୁଣି ଥରେ ଚର୍ଚ୍ଚାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ରିପବ୍ଲିକ ଟିଭି ଏଡିଟର-ଇନ-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବାକୁ ପ୍ରତିବାଦ କରିଛନ୍ତି ସେ। ନିଜର ଟୁଇଟର ପୃଷ୍ଠାରେ ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ କଟାକ୍ଷ କରିଛନ୍ତି।

ଟୁଇଟ୍‌ କରି କଙ୍ଗନା ଅର୍ଣ୍ଣବଙ୍କୁ ଗିରଫ କରିବା ନିନ୍ଦନୀୟ ବୋଲି କହିଛନ୍ତି। ଅର୍ଣ୍ଣବ ନିଜ ଚ୍ୟାନେଲରେ ମହାରାଷ୍ଟ୍ର ସରକାରଙ୍କ ବିରୋଧରେ କଥା କହୁଥିଲେ। ଏଥିପାଇଁ ତାଙ୍କୁ ଟାର୍ଗେଟ କରାଗଲା। ସୁଶାନ୍ତ ସିଂ ରାଜପୁତ, ଦିଶା ସାଲିଆନଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ, ଦାଉଦର ଡ୍ରଗ୍‌ ର଼୍ୟାକେଟ ଏବଂ ଚାଇଲ୍ଡ ଟ୍ରାଫିକିଂ ବିରୋଧରେ ଉଠୁଥିବା ସ୍ବରକୁ ବ ନ୍ଦ କରି ଦିଆଯାଉଛି ବୋଲି ଆମେ ଭାବିପାରିବା ବୋଲି କଙ୍ଗନା ଲେଖିବା ସହ ରିଲିଜଅର୍ଣ୍ଣବନାଓ ହ୍ୟାସ୍‌ଟ୍ୟାଗ୍‌ ଲେଖିଛନ୍ତି।

ତେବେ ୨୦୧୮ରେ ଜଣେ ଇଣ୍ଟେରିୟର ଡିଜାଇନର ଓ ତାଙ୍କ ମା’ଙ୍କ ଆତ୍ମହତ୍ୟା ମାମଲାରେ ଗତ ୪ ତାରିଖରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଛି। ଏହା ଗଣମାଧ୍ୟମର ସ୍ବାଧୀନତା ଉପରେ ଆକ୍ରମଣ ବୋଲି ସାମ୍ବାଦିକ ମହଲରେ ବିତର୍କ ସୃଷ୍ଟି ହୋଇଥିବା ବେଳେ ସୋସିଆଲ ମିଡିଆ ଦୁଇ ଭାଗରେ ବିଭକ୍ତ ହୋଇଛି। ଗୋଟିଏ ପଟେ କିଛି ଅର୍ଣ୍ଣବଙ୍କୁ ବାହାର କରାଯାଉ ବୋଲି କହୁଥିବା ବେଳେ କିଛି ତାଙ୍କୁ ସମର୍ଥନ କରୁ ନ ଥିବା କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri