ଅର୍ଣ୍ଣବଙ୍କ ସପକ୍ଷରେ ବାହାରିଲେ ବଲିଉଡ୍‌ର କୁଇନ୍‌: କହିଲେ ଏଭଳି

ବମ୍ବେ: ପୁଣି ଥରେ ଚର୍ଚ୍ଚାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ରିପବ୍ଲିକ ଟିଭି ଏଡିଟର-ଇନ-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବାକୁ ପ୍ରତିବାଦ କରିଛନ୍ତି ସେ। ନିଜର ଟୁଇଟର ପୃଷ୍ଠାରେ ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ କଟାକ୍ଷ କରିଛନ୍ତି।

ଟୁଇଟ୍‌ କରି କଙ୍ଗନା ଅର୍ଣ୍ଣବଙ୍କୁ ଗିରଫ କରିବା ନିନ୍ଦନୀୟ ବୋଲି କହିଛନ୍ତି। ଅର୍ଣ୍ଣବ ନିଜ ଚ୍ୟାନେଲରେ ମହାରାଷ୍ଟ୍ର ସରକାରଙ୍କ ବିରୋଧରେ କଥା କହୁଥିଲେ। ଏଥିପାଇଁ ତାଙ୍କୁ ଟାର୍ଗେଟ କରାଗଲା। ସୁଶାନ୍ତ ସିଂ ରାଜପୁତ, ଦିଶା ସାଲିଆନଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ, ଦାଉଦର ଡ୍ରଗ୍‌ ର଼୍ୟାକେଟ ଏବଂ ଚାଇଲ୍ଡ ଟ୍ରାଫିକିଂ ବିରୋଧରେ ଉଠୁଥିବା ସ୍ବରକୁ ବ ନ୍ଦ କରି ଦିଆଯାଉଛି ବୋଲି ଆମେ ଭାବିପାରିବା ବୋଲି କଙ୍ଗନା ଲେଖିବା ସହ ରିଲିଜଅର୍ଣ୍ଣବନାଓ ହ୍ୟାସ୍‌ଟ୍ୟାଗ୍‌ ଲେଖିଛନ୍ତି।

ତେବେ ୨୦୧୮ରେ ଜଣେ ଇଣ୍ଟେରିୟର ଡିଜାଇନର ଓ ତାଙ୍କ ମା’ଙ୍କ ଆତ୍ମହତ୍ୟା ମାମଲାରେ ଗତ ୪ ତାରିଖରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଛି। ଏହା ଗଣମାଧ୍ୟମର ସ୍ବାଧୀନତା ଉପରେ ଆକ୍ରମଣ ବୋଲି ସାମ୍ବାଦିକ ମହଲରେ ବିତର୍କ ସୃଷ୍ଟି ହୋଇଥିବା ବେଳେ ସୋସିଆଲ ମିଡିଆ ଦୁଇ ଭାଗରେ ବିଭକ୍ତ ହୋଇଛି। ଗୋଟିଏ ପଟେ କିଛି ଅର୍ଣ୍ଣବଙ୍କୁ ବାହାର କରାଯାଉ ବୋଲି କହୁଥିବା ବେଳେ କିଛି ତାଙ୍କୁ ସମର୍ଥନ କରୁ ନ ଥିବା କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri