ଭାରାକ୍ରାନ୍ତ ମନ ନେଇ ମନାଲି ଫେରିଲେ କଙ୍ଗନା

ମୁମ୍ବାଇ,୧୪ ।୯: ବଲିଉଡ୍‌ର ଚର୍ଚ୍ଚିତ ନାୟିକା କଙ୍ଗନା ରାନାୱତ ସୋମବାର ନିଜ ହୋମ ଟାଉନ ମନାଲି ଫେରିଛନ୍ତି । ସେପ୍ଟେମ୍ବର ୯ରେ ସେ ମୁମ୍ବାଇ ଗସ୍ତ କରିଥିବା ବେଳେ ପାଖାପାଖି ଏକ ସପ୍ତାହ ସେଠାରେ ରହି କିଛି ତିକ୍ତ ଅନୁଭୁତି ନେଇ ଭଉଣୀ ରଙ୍ଗୋଲିଙ୍କ୍ ସହ ସେ ମନାଲି ଫେରିଯାଇଥିବା କହିଛନ୍ତି । ତେବେ ଫେରିବା ସମୟରେ ସେ ମହାରାଷ୍ଟ୍ର ସରକାରଙ୍କୁ ଟାର୍ଗେଟ କରି ଟୁଇଟ୍ କରିଛନ୍ତି । କଙ୍ଗନା କହିଛନ୍ତି ମୁଁ ଭାରାକ୍ରାନ୍ତ ମନ ନେଇ ଫେରୁଛି । ଲଗାତାର ଭାବେ ମୋତେ ଯେଉଁଭଳି ଭୟଭିତ କରାଗଲା ମୋ କାର୍ଯ୍ୟାଳୟ ପରେ ମୋ ଘର ଭାଙ୍ଗିବାକୁ ଯେଉଁଭଳି ଯୋଜନା କରାଗଲା ଆଉ ମୋତେ ଗାଳି ଗୁଲଜ କରାଗଲା ତାହା ମୋତେ କଷ୍ଟ ଦେଇଛି । ହେଲେ ପିଓକେକୁ ନେଇ ମୁଁ ଯାହା କହିଛି ତାହା ଠିକ୍ ବୋଲି କଙ୍ଗନା ଟୁଇଟ୍ କରିଛନ୍ତି । ଆଉ ଏକ ଟୁଇଟ୍‌ରେ ସେ କହିଛନ୍ତି ରକ୍ଷକ ଯେବେ ଭକ୍ଷକ ସାଜେ କୁମ୍ଭିର ସାଜି ଲୋକତନ୍ତ୍ରର ହତ୍ୟା କରୁଥିବା ଲୋକେ ମୋତେ ଦୁର୍ବଳ ଭାବି ବଡ ଭୁଲ୍ କରୁଛନ୍ତି । ସୂଚନାଯୋଗ୍ୟ, ମହାରାଷ୍ଟ୍ର ସରକାରଙ୍କ ସହ କଙ୍ଗନାଙ୍କ ବିବାଦ ପରେ ଏବେ ବୃହାନମୁମ୍ବାଇ ନଗରପାଳିକା ରବିବାର କଙ୍ଗନାଙ୍କ ଘରକୁ ନେଇ ଏକ ନୂଆ ନୋଟିସ୍ ପଠାଇଛି । ବିଏମ୍‌ସି କହିଛି ଅଭିନେତ୍ରୀଙ୍କ କାର୍ଯ୍ୟାଳୟ ଓ ଘର ବେଆଇନ ଭାବେ ନିର୍ମାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?