‘ମୋ ଯୋଗୀ ଭାଇଙ୍କ ଭଳି କେହି ନାହାନ୍ତି’: କଙ୍ଗନା

ମୁମ୍ବାଇ,୧୪।୪: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ଅନେକ ପ୍ରସଙ୍ଗକୁ ନେଇ ନିଜର ବୟାନ ଦେବାକୁ କେବେବି ପଛଘୁଞ୍ଚା ଦିଅନ୍ତି ନାହିଁ। ସେ ଫିଲ୍ମ ହେଉ ଅବା ରାଜନୀତି ଅବା ଆଇନ ବ୍ୟବସ୍ଥା। ନିକଟରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଖୁସି ହୋଇ କଙ୍ଗନା ତାଙ୍କୁ ଭାଇ ବୋଲି ସମ୍ବୋଧନ କରିଛନ୍ତି। କଙ୍ଗନାଙ୍କ ଏହି ରିଆକ୍ସନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସୂଚନାଯୋଗ୍ୟ, ଗୁରୁବାର ଉତ୍ତର ପ୍ରଦେଶର ରାଜନୈତିକ ଉତ୍ତେଜନା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଉମେଶ ପାଲ ହତ୍ୟାକାଣ୍ଡର ଅଭିଯୁକ୍ତ ଅସଦ ଅହମ୍ମଦ ଓ ଗୁଲାମ ମହମଦ ଉତ୍ତର ପ୍ରଦେଶ ଏସଟିଏଫର ଏନକାଉଣ୍ଟରର ଶିକାର ହୋଇଥିଲେ। ଅସଦ ଅହମଦ ଗ୍ୟାଙ୍ଗଷ୍ଟର ଅତିକ ଅହମଦଙ୍କ ପୁଅ ଓ ସେ ଦୀର୍ଘଦିନ ହେବ ଓ୍ବାଣ୍ଟେଡ ଲିଷ୍ଟରେ ରହିଥିଲେ। ଏହି ଏନକାଉଣ୍ଟରରେ ଅସଦଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ କେଉଁଠି ଉତ୍ସବ ପାଳନ କରାଯାଉଛି ତ ପୁଣି କେଉଁଠି ଏହାକୁ ମିଥ୍ୟା ଏନକାଉଣ୍ଟର କୁହାଯାଇ ପ୍ରଶ୍ନ ଉଠୁଛି। ହେଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ସମ୍ପୂର୍ଣ୍ଣ ଭାବେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସପକ୍ଷରେ ବୟାନ ଦେଇଛନ୍ତି।
କଙ୍ଗନା ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଫଟୋ ଶେୟାର କରି ଲେଖିଛନ୍ତି, ‘ମୋ ଭାଇ ଭଳି କେହି ନାହିଁ, ଏହାସହ ନଜର ନ ଲଗାଇବା ଇମୋଜି ଲଗାଇ ଦେଇଛନ୍ତି। ଏହାସହ ଫଟୋରେ ଲେଖିଛନ୍ତି ଯଦି ତୁମେ ଖରାପ ତେବେ ମୁଁ ତୁମର ବାପା। ଆଉ ଏକ ଷ୍ଟୋରୀରେ କଙ୍ଗନା ଲେଖିଛନ୍ତି, ଗ୍ୟାଙ୍ଗଷ୍ଟର ସେହିମାନେ ନୁହେଁ ଯେମିତି ଫିଲ୍ମରେ ଦେଖାଯାଉଛି, ହତିଆର ରଖିଥିବା ସବୁବେଳେ ସିପାହୀ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?