ବିଧାନସଭାରେ ଜୟଲଳିଥାଙ୍କର ଚିରି ଦିଆଯାଇଥିଲା ଶାଢ଼ି

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ତାଙ୍କର ଆମାଗୀ ଫିଲ୍ମ ‘ଥଲାଇଭି’କୁ ନେଇ ବିଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଛନ୍ତି। ୨ ଦିନ ପୂର୍ବେ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଥିଲା। ଦର୍ଶକ ଏହାକୁ ବହୁତ ପସନ୍ଦ ମଧ୍ୟ କରିଥିଲେ। ଏହା ପରଠାରୁ ଏବେ କେବଳ ସମସ୍ତଙ୍କ ମୁହଁରେ କଙ୍ଗନାଙ୍କ ଡାଏଲଗ୍‌ ଶୁଣିବାକୁ ମିଳୁଛି।
ଫିଲ୍ମ ‘ଥଲାଇଭି’ ହେଉଛି ସୁନ୍ଦରୀ ଅଭିନେତ୍ରୀ ତଥା ତାମିଲନାଡୁର ପୂର୍ବତନ ତଥା ସ୍ବର୍ଗତ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ଜୀବନ ଉପରେ ଆଧାରିତ। ‘ଥଲାଇଭି’ ରେ ଜୟଲଳିଥାଙ୍କ ଉପରେ ଆକ୍ରମଣ କରାଯାଇଥିବାର ଏକ ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି।
ଏହି ଆକ୍ରମଣ ୩୨ ବର୍ଷ ପୂର୍ବେ ଅର୍ଥାତ୍‌ ୨୫ ମାର୍ଚ୍ଚ ୧୯୮୯ରେ ତାମିଲନାଡୁ ବିଧାନସଭାରେ କରାଯାଇଥିଲା। ସେହି ସମୟରେ କରୁଣା ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥିଲେ। ଏଥିସହ ଅର୍ଥମନ୍ତ୍ରୀ ମଧ୍ୟ। ସେ ତାଙ୍କର ଭାଷଣ ଆରମ୍ଭ କରିବା ମାତ୍ରେ ଜୟଲଳିଥାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ଡିଏମ୍‌କେ ବିଧାୟକମାନେ ତାଙ୍କୁ ମାଡ଼ ମାରିବା ସହ ତାଙ୍କ ଶାଢ଼ି ମଧ୍ୟ ଚିରି ଦେଇଥିଲେ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହିପରି ଭାବେ ଜୟଲଳିଥା ବିଧାନସଭାରୁ ବାହାରକୁ ବାହାରିଥିଲେ। ଏହି ଆକ୍ରମଣକୁ ସବୁଆଡେ ଦୃଢ଼ ନିନ୍ଦା କରାଯାଇଥିଲା। ଏହି ଦୃଶ୍ୟକୁ ଫିଲ୍ମରେ ସୁନ୍ଦର ଭାବେ ଚିତ୍ରଣ କରାଯାଇଛି। ଫିଲ୍ମର ଏହି ଦୃଶ୍ୟ ୩୨ ବର୍ଷ ପୂର୍ବର ଉକ୍ତ ଘଟଣାକୁ ପୁଣିଥରେ ମନେ ପକାଇ ଦେଇଛି। ଫିଲ୍ମ ‘ଥଲାଇଭି’ ସ୍ବର୍ଗତ ଜୟଲଳିଥାଙ୍କ ପ୍ରତ୍ୟେକ ଯନ୍ତ୍ରଣା, ସାହସ, ସଂଘର୍ଷ, ଗର୍ବ ଏବଂ ଐତିହାସିକ ବିଜୟର ସାକ୍ଷୀ, ଯାହାକୁ ଅପ୍ରେଲ ୨୩ରେ ଲୋକମାନେ ଦେଖିବାକୁ ପାଇବେ। ଏହି ଫିଲ୍ମ ହିନ୍ଦୀ, ତାମିଲ, ତେଲୁଗୁ, କନ୍ନଡ ଏବଂ ମଲୟାଲମ ଭାଷାରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri