ଭାଜପା ପାଇଁ ଭୋଟ ମାଗିଲେ କଙ୍ଗନା!

ଲକ୍ଷ୍ନୌ,୧୯ ।୨: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ତାଙ୍କ ଅଭିନୟ ପାଇଁ ଯେତିକି ଚର୍ଚ୍ଚିତ ସେତିକି ଚର୍ଚ୍ଚିତ ତାଙ୍କ ବେକାବୁ ବୟାନକୁ ନେଇ । ଅନେକ ସମୟରେ ରାଜନୀତିକୁ ନେଇ କିଛି ନା କିଛି ବୟାନ ଦେଇ ଚର୍ଚ୍ଚାରେ ଥିବା କଙ୍ଗନା ଏଥର ଖୋଲା ଖୋଲି ଭାବେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ସପୋର୍ଟ କରିଥିବା ଦେଖାଯାଇଛି । ନିକଟରେ ସେ ଏକ ଭିଡିଓ ଜାରି କରି ଭାଜପା ସପକ୍ଷରେ କହୁଥିବା ଦେଖାଯାଇଛି । ଏହି ଭିଡିଓ ଶେୟାର ହେବା ପରେ ପରେ ଭାଇରାଲ ହେବାରେ ଲାଗିଛି । ୟୁଜର୍ସ ଏହାକୁ ନେଇ ଖୁବ୍ କମେଣ୍ଟ କରୁଛନ୍ତି ।
ଭିଡିଓଟିକୁ କଙ୍ଗନା ନିଜ ଅଫିସିୟାଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଶେୟାର କରିଛନ୍ତି । ଉକ୍ତ ଭିଡିଓରେ କଙ୍ଗନା କହୁଛନ୍ତି ଆପଣମାନେ ଜାଣିଛନ୍ତି ଏବେ ଉତ୍ତର ପ୍ରଦେଶରେ ନିର୍ବାଚନ ହେଉଛି । ଏହି କୁରୁକ୍ଷେତ୍ର ଭୋଟ ଆମର ଏକମାତ୍ର ଅସ୍ତ୍ର । ମନେ ରଖନ୍ତୁ ଆମକୁ ଆମ ପସନ୍ଦର ଯୋଗୀ ସରକାରଙ୍କୁ ବିଜୟୀ କରିବାର ଅଛି । ଆପଣ ଭୋଟ ଦେବାକୁ ଯାଆନ୍ତୁ ଓ ସାଙ୍ଗରେ ଆଉ ୨-୩ ଜଣଙ୍କୁ ନେଇକରି ଯାଆନ୍ତୁ । ଗୋଟିଏ ବି ଭୋଟ ଛାଡି ନ ଯାଆନ୍ତି, ଜୟ ଶ୍ରୀରାମ । କଙ୍ଗନାଙ୍କ ଏହି ପୋଷ୍ଟକୁ ଲୋକେ ଲାଇକ କରିବା ସହ କମେଣ୍ଟ ବି କରୁଛନ୍ତି । କେହି କେହି ଜୟ ଶ୍ରୀରାମ ଲେଖିଛନ୍ତି ତ ପୁଣି କିଏ ଜୟ ଯୋଗୀ ବୋଲି ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri