ମାମଲା ରୁଜୁ ପରେ କଙ୍ଗନା କହିଲେ…

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ମନ୍ତବ୍ୟକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ମୋଦି ସରକାର କୃଷି ଆଇନ ପ୍ରତ୍ୟାହାର ଘୋଷଣା କରିବା ପରେ କଙ୍ଗନା କୃଷକଙ୍କ ଆନ୍ଦୋଳନକୁ ଖଲିସ୍ତାନୀ ଆନ୍ଦୋଳନ ସହିତ ତୁଳନା କରିଛନ୍ତି। ଯାହା ପରେ ଦେଶର ବିଭିନ୍ନ ଅଞ୍ଚଳରେ ତାଙ୍କ ବିରୋଧରେ ଅନେକ ମାମଲା ରୁଜୁ ହୋଇଛି। ଶିଖ ସମ୍ପ୍ରଦାୟ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ ମହାରାଷ୍ଟ୍ର ପୋଲିସ କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହା ସତ୍ତ୍ୱେ କଙ୍ଗନାଙ୍କୁ କିଛି ଫରକ ପଡିନାହିଁ। ତାଙ୍କ ଇନଷ୍ଟା ଷ୍ଟାଟସ୍‌ରେ ନିଜର ଏକ ବୋଲ୍ଡ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ତାଙ୍କ ହାତରେ ଏକ ଗ୍ଲାସ ମଦ ଧରିଥିବାର ନଜର ଆସିଛନ୍ତି। ଏଥିପାଇଁ କଙ୍ଗନା ଲେଖିଛନ୍ତି, ଆଉ ଏକ ଦିନ, ଆଉ ଏକ ଏଫ୍‌ଆଇଆର୍‌ … ଯଦି ସେମାନେ ମୋତେ ଗିରଫ କରିବାକୁ ଆସନ୍ତି … ଏବେ ମୋ ମନ ଘରେ ଅଛି।
ବି-ଟାଉନ୍‌ରେ ଅଧିକାଂଶ ସେଲେବ୍ରିଟି ମୋଦିଙ୍କ ନିଷ୍ପତ୍ତିକୁ ସମର୍ଥନ କରୁଥିବା ବେଳେ କଙ୍ଗନା କିନ୍ତୁ କରିଛନ୍ତି ବିରୋଧ। ସେ ମୋଦି ସରକାରଙ୍କ ନିଷ୍ପତ୍ତିକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ସେ ଟୁଇଟ୍‌ କରି ନିଜ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଲେଖିଛନ୍ତି, ‘ଏହା ଦୁଃଖଦାୟକ ଏବଂ ଲଜ୍ଜାଜନକ ଓ ଭୁଲ ନିଷ୍ପତ୍ତି। ଯଦି ସଂସଦରେ ବସୁଥିବା ସରକାରଙ୍କ ବଦଳରେ ରାସ୍ତାରେ ବହୁଥିବା ଲୋକେ ଆଇନ ପ୍ରଣୟନ କରିବା ଆରମ୍ଭ କରନ୍ତି ତେବେ ଏହା ମଧ୍ୟ ଏକ ଜିହାଦୀ ଦେଶ। ଯେଉଁମାନେ ଏହା କରନ୍ତି ସେମାନଙ୍କୁ ମୋର ଅଭିନନ୍ଦନ।’


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?