Posted inଜାତୀୟ

ଜିତିବେ କଙ୍ଗନା!

ମଣ୍ଡି,୧।୪: ଭାରତୀୟ ଜନତା ପାର୍ଟି ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ମଇଦାନକୁ ଓହ୍ଲାଇଛି। ଏହା ସହ କଙ୍ଗନାଙ୍କ ରାଜନୈତିକ ଇନିଂସ ଆରମ୍ଭ ହୋଇଛି। ଗତ ବର୍ଷ କୁଲୁରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଙ୍ଗନାଙ୍କୁ ଭେଟିଥିଲେ। ଏହି ବୈଠକ ପରେ କଙ୍ଗନାଙ୍କ ପିତା ଅମରଦୀପ ରାନାୱତ କହଥିଲେ ଯେ କଙ୍ଗନା ନିର୍ବାଚନରେ ଭାଜପା ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବେ।

ତାଙ୍କୁ ମଣ୍ଡିରୁ ପ୍ରାର୍ଥୀ କରିବାକୁ ଭାଜପା ନିକଟରେ ଘୋଷଣା କରିଛି। ମଣ୍ଡି ଲୋକ ସଭା ଆସନରେ ରାଜପୁତ ଭୋଟରଙ୍କ ସଂଖ୍ୟା ସର୍ବାଧିକ। ଏହି ଆସନରେ ରାଜପୁତ ଏବଂ ବ୍ରାହ୍ମଣ ନେତାମାନେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। କଙ୍ଗନା ରାନାୱତ ମଧ୍ୟ ରାଜପୁତ ସମ୍ପ୍ରଦାୟରୁ ଆସିଛନ୍ତି। ଜାତି ସମୀକରଣର ସମାଧାନ ପାଇଁ ଭାଜପା କଙ୍ଗନାକୁ ପ୍ରାର୍ଥୀ କରିଛି।

ଏପର୍ଯ୍ୟନ୍ତ କଂଗ୍ରେସ ୧୧ଥର ଏହି ଆସନ ଜିତିଥିବାବେଳେ ୫ଥର ଏହି ଆସନ ଭାଜପା ଖାତାକୁ ଯାଇଛି। ତେବେ ଏଥର ହିମାଚଳ ପ୍ରଦେଶର ୪ଟି ଲୋକ ସଭା ଆସନରେ ଭାଜପା ଜିତିବାର ସମ୍ଭାବନା ରହିଛି। ଆଜ ତକର ମୁଡ ଅଫ ଦି ନେସନ ସର୍ଭେ ଅନୁଯାୟୀ, ହିମାଚଳର ସମସ୍ତ ୪ଟି ସିଟ ଭାଜପା ହାସଲ କରିପାରେ।
ଗତ ଲୋକ ସଭା ନିର୍ବାଚନରେ ଭାଜପାର ରାମ ସ୍ବରୂପ ଶର୍ମା ମଣ୍ଡି ଆସନରୁ ଜିତିଥିଲେ। ଏହି ନିର୍ବାଚନରେ ରାମ ସ୍ବରୂପ ଶର୍ମା ୩୬୨୮୨୪ ଭୋଟ ପାଇଥିବାବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ପ୍ରତୀଭା ସିଂ ୩୨୨୯୬୮ ଭୋଟ ପାଇଥିଲେ। ପ୍ରକାଶ ଥାଉକି, ୨୦୨୧ରେ ମଣ୍ଡି ଆସନରେ ଉପ-ନିର୍ବାଚନରେ ଜିତିବା ସହିତ ପ୍ରତୀଭା ସିଂ ଏମପି ହୋଇଥିଲେ।
ପ୍ରତୀଭା ସିଂ ଏଥର ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଜୁନ ୧ରେ ହିମାଚଳ ପ୍ରଦେଶର ମଣ୍ଡି, ହମିରପୁର, କାଙ୍ଗଡା ଏବଂ ଶିମଲା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ହେବ। ଜୁନ ୪ରେ ନିର୍ବାଚନ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri