କଙ୍ଗନାଙ୍କ ମିଳିଲା ହତ୍ୟା ଧମକ: ଲୋଡିଲେ ସୁରକ୍ଷା

ନୂଆଦିଲ୍ଲୀ, ୨୮।୮:‘ଏମର୍ଜେନ୍ସି’ ଚଳଚ୍ଚିତ୍ର ରିଲିଜ ହେଲେ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କୁ ହତ୍ୟା କରାଯିବ ବୋଲି ଧମକ ମିଳିଛି। ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ୬ ଜଣ ବ୍ୟକ୍ତି ଗୋଟିଏ ରୁମ୍‌ରେ ବସି କଙ୍ଗନାଙ୍କୁ ଧମକ ଦେଉଥିବା ଦେଖିବାକୁ ମିଳିଛି। ସେମାନଙ୍କ ମଧ୍ୟରୁ ୨ ଜଣ ନିହାଙ୍ଗ ଶିଖ୍‌ ପୋଷାକରେ ରହିଛନ୍ତି। ଜଣେ ବ୍ୟକ୍ତି କହୁଛନ୍ତି, ଏହି ଫିଲ୍ମକୁ ଶିଖ୍‌ ସମୁଦାୟ ବିରୋଧ କରିବେ। ଯଦି ଚଳଚ୍ଚିତ୍ରରେ ଖାଲିସ୍ତାନୀ ଆନ୍ଦୋଳନର ପ୍ରମୁଖ ନେତା ଜର୍ନେଲ ସିଂହ ଭିନ୍ଦ୍ରନ୍‌ଓ୍ବାଲାଙ୍କୁ ଆତଙ୍କବାଦୀ ଭାବରେ ପ୍ରଦର୍ଶିତ କରାଯାଇଥାଏ, ତେବେ କଙ୍ଗନାଙ୍କ ସହ ସମାନ ଘଟଣା ଘଟିବ ଯାହା ଇନ୍ଦିରାଙ୍କ ସହ ହୋଇଥିଲା। ଭିଡିଓ ଭାଇରାଲ ହେବା ପରେ କଙ୍ଗନା ପୋଲିସ ସୁରକ୍ଷା ଲୋଡ଼ିଛନ୍ତି। ସେ ମଙ୍ଗଳବାର ଏକ୍ସ’ରେ ଏକ ପୋଷ୍ଟ କରି ହିମାଚଳ ପ୍ରଦେଶ, ପଞ୍ଜାବ ଓ ମହାରାଷ୍ଟ୍ର ପୋଲିସ ଡିଜିଙ୍କୁ ଟ୍ୟାଗ୍‌ କରି ଭିଡିଓର ତଦନ୍ତ ପାଇଁ ଅନୁରୋଧ କରିଛନ୍ତି। ‘ଏମର୍ଜେନ୍ସି’ ଫିଲ୍ମ ସେପ୍ଟେମ୍ବର ୬ରେ ରିଲିଜ୍‌ ହେବାକୁ ଥିବାବେଳେ ଏଥିରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri