ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ ଶୁକ୍ରବାର ପଞ୍ଜାବର ସିନେମାହଲ୍‌ଗୁଡ଼ିକରେ ପ୍ରଦର୍ଶିତ ହୋଇନାହିଁ। ଉକ୍ତ ଚଳଚ୍ଚିତ୍ରକୁ ବେଆଇନ ଘୋଷଣା କରିବା ପାଇଁ ଅଧିକାଂଶ ରାଜନେତା ଦାବି କରିଛନ୍ତି।
ଗୁରୁଦ୍ୱାରାଗୁଡ଼ିକର ଶୀର୍ଷ ସଂଗଠନ ଏସ୍‌ଜିପିସି ଏବଂ ବିଭିନ୍ନ ଶିଖ୍‌ ସଂଗଠନ ସିନେମାକୁ ବିରୋଧ କରି ସାରା ରାଜ୍ୟର ସିନେମାହଲ୍‌, ମଲ୍ଟିପ୍ଲେକ୍ସ ଏବଂ ମଲ୍‌ଗୁଡ଼ିକ ବାହାରେ ବିକ୍ଷୋଭ କରିଥିଲେ। ଏହି ରାଜନୈତିକ କାହାଣୀ ଆଧାରିତ ଚଳଚ୍ଚିତ୍ରକୁ କଙ୍ଗନା ଲେଖିବା ସହ ନିର୍ଦ୍ଦେଶନା ଦେଇଛନ୍ତି ଓ ନିର୍ମାଣ କରିଛନ୍ତି। ପଞ୍ଜାବରେ ଏହାର ପ୍ରଦର୍ଶନକୁ ବ୍ୟାନ୍‌ କରାଯିବା ଦାବି କଳା ଓ କଳାକାରଙ୍କ ପ୍ରତି ନିର୍ଯାତନା ବୋଲି କହି ସେ ନିନ୍ଦା କରିଛନ୍ତି। ୧୯୭୫ରୁ ୧୯୭୭ ପର୍ଯ୍ୟନ୍ତ ୨୧ ମାସ ଧରି ଭାରତରେ ଲାଗୁ ହୋଇଥିବା ଜରୁରୀ ପରିସ୍ଥିତି ଆଧାରରେ ନିର୍ମିତ ‘ଏମର୍ଜେନ୍ସି’ରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଅଭିନୟ କରିଛନ୍ତି। ସେନ୍‌ସର ପ୍ରମାଣପତ୍ରକୁ ନେଇ ଚଳଚ୍ଚିତ୍ରଟି ବିବାଦରେ ରହିଥିବାବେଳେ ଶିଖ୍‌ ସମ୍ପ୍ରଦାୟକୁ ଏଥିରେ ଭୁଲ୍‌ ଉପସ୍ଥାପନା କରାଯାଇଥିବା ଅଭିଯୋଗ ହୋଇଛି। ବହୁ ବିଳମ୍ବରେ ଶୁକ୍ରବାର ଚଳଚ୍ଚିତ୍ର ସାରା ଦେଶରେ ମୁକ୍ତିଲାଭ କରିଛି। ତେବେ ପଞ୍ଜାବର ଲୁଧିଆନା, ଅମୃତସର, ପଟିଆଲା, ଜଳନ୍ଧର, ହୋଶିଆରପୁର ଏବଂ ବଠିଣ୍ଡାର ସିନେମାହଲ୍‌ଗୁଡ଼ିକରେ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇନାହିଁ। ଅମୃତସରରେ ବହୁସଂଖ୍ୟାରେ ମହିଳା ପୁରୁଷ କଳାପତାକା ଏବଂ ଏମର୍ଜେନ୍ସିକୁ ବ୍ୟାନ୍‌ ଓ ବାସନ୍ଦ କରାଯାଉ ଲେଖାଥିବା ପ୍ଲାକାର୍ଡ ଧରି ବିକ୍ଷୋଭରେ ସାମିଲ ହୋଇଥିଲେ। ସିନେମାଟିର ମୁକ୍ତିଲାଭ ବନ୍ଦ କରିବାକୁ ଆମେ କେନ୍ଦ୍ର ଓ ପଞ୍ଜାବ ସରକାରଙ୍କୁ କହିଥିଲେ ମଧ୍ୟ କୌଣସି ଫଳ ହେଲାନାହିଁ ବୋଲି ଏସ୍‌ଜିପିସିର ପ୍ରତାପ ସିଂ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?