Posted inରାଜ୍ୟ

କୋରାପୁଟରେ ପୁଣି ବଳଦ ଦଣ୍ଡ: ପ୍ରେମ ବିବାହ ପରେ ଯୁବକ-ଯୁବତୀଙ୍କୁ ଅମାନବୀୟ ଶାସ୍ତି

କୋରାପୁଟ,୧୩ା୭(ଅମିତାଭ ବେହେରା /ରାଜ କିଶର ଯେନା ): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ପରେ କୋରାପୁଟ ଜିଲାରେ ଦେଖିବାକୁ ମିଳିଛି ଗାଁ ଦାଣ୍ଡରେ ବଳଦ ଦଣ୍ଡ। ଭାଇ ଭ‌ଉଣି ସମ୍ପର୍କରେ ମଧ୍ୟରେ ପ୍ରେମ ସମ୍ପର୍କ ରଖିଥିବାରୁ ଯୁବକ ଯୁବତୀଙ୍କୁ ଦିଆଗଲା ଦଣ୍ଡ। ଗାଁ ଦାଣ୍ଡରେ ଉଭୟଙ୍କୁ ଜୁଆଳି ବାନ୍ଧି ହଳ କରାଇଛନ୍ତି ଗ୍ରାମବାସୀ। ପରେ ଉଭୟଙ୍କୁ ଶୁଦ୍ଧି କରାଯାଇଛି। ଏଭଳି ଘଟଣା କୋରାପୁଟ ଜିଲାର ନାରାୟଣପାଟଣା ବ୍ଳକ୍ ବରଗି ପଞ୍ଚାୟତ ପେଦାଇଟିକି ଗ୍ରାମରେ ଘଟିଯାଇଛି।

ରାୟଗଡ଼ା ଜିଲାରେ ସମାନ ଘଟଣା ସାମ୍ନାକୁ ଆସିଲା ପରେ କୋରାପୁଟ ଜିଲ୍ଲାର ଏହି ଭିଡିଓ ଭାଇରାଲ ହୋଇଛି। ପ୍ରାଥମିକ ସୂଚନାରୁ ଘଟଣା କିଛି ଦିନ ତଳେ ଘଟିଥିବା ଜଣାପଡିଛି। ଗ୍ରାମରେ ଜଣେ ଯୁବକ ନିଜ ସମ୍ପର୍କୀୟ ଭ‌ଉଣୀ ସହ ପ୍ରେମ ସମ୍ପର୍କ ରଖି ଧରା ପଡିବା ପରେ ଆଦିବାସୀ ସମାଜର ପ୍ରଥା ଅନୁସାରେ ଏଭଳି ଦଣ୍ଡ ଦିଆଯାଇଥିବା ଜଣାପଡିଛି। ପ୍ରଥା ପାଳନ କରିବାକୁ ଯାଇ ଅମାନବୀୟ କାର୍ଯ୍ୟ କରୁଛି ଯାହାକୁ ସଭ୍ୟ ସମାଜରେ ନିନ୍ଦା କରାଯାଇଛି। ପେଦା ଇଟିକି ଗ୍ରାମର ପୁଅ ନରି ପଡ଼ିକା ଝିଅ ଆସ ପଡ଼ିକା ପେଡା ଇଟିକି ଗ୍ରାମର ବୋଲି ସୂଚନା ମିଳିଛି।

ଦୁହେଁ ଦୀର୍ଘ ଦିନ ଧରି ଭଲ ପାଇଁ ବାହା ହୋଈ ବାହାର ପଳାଇ ଥିଲେ ସେମାଙ୍କୁ ନୀଜର ବନ୍ଧୁ ବାନ୍ଧବ ଡକେଇଥିଲେ ପରେ ଗାଁକୁ ଆସିବା ପରେ ଗାଁ ମଝୀରେ ସମସ୍ତଙ୍କ ଉପସ୍ଥିତ ରେ ଉଭୟଙ୍କୁ ଜୁଆଡ଼ି ପକାଇ ହଳ କରୁଥୁବା ଚିତ୍ର ସାମ୍ନକୁ ଆସିଛି। ଏପରି ଘଟଣା ଚାଲୁଥିବାବେଳେ କିଛି ଯୁବବର୍ଗ ମୋବାଇଲରେ ଭିଡିଓ ଉଠାଇ ଏହାର ମଜା ନେଉଥିବା ଦେଖିବାକୁ ମିଳିଥିଲା। ଆଧୁନିକତାର ସ୍ପର୍ଶରେ ଆଜି ମଣିଷ ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି କରୁଥିବାବେଳେ ଆଜି ବି କେତକ ଗ୍ରାମରେ ପାରମ୍ପରିକ ପ୍ରଥା ବଳଦ ଦଣ୍ଡ ଚାଲି ଆସିଛି। ତାହା ଯୁବବର୍ଗ ପାଇଁ ଅଡୁଆରେ ପକାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?