କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ ୨ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ଜୟପୁର ସଦର ଥାନା ଅନ୍ତର୍ଗତ ଛତିଡ଼ିପୁଟ ଗ୍ରାମର ଘାସିରାମ ଗାଧବା ଓ ବଳରାମ ଗାଧବା ବୋଲି ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ଶୁକ୍ରବାର ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଗତ ୮ତାରିଖରେ କଣ୍ଡାପୁଟ ଜଙ୍ଗଲରେ ଏକ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଜାଣିବା ପରେ ତଦନ୍ତ ଆରମ୍ଭ କରିଥିଲା। ଘାସିରାମ ଓ ବଳରାମଙ୍କ ସହ ଛତିଡ଼ିପୁଟ ଗ୍ରାମର ୨ଟି ପରିବାର ସହ ଝଗଡ଼ା ହୋଇଥିଲା। ଏନେଇ ଗ୍ରାମରେ ଏକ କଙ୍ଗାରୁ କୋର୍ଟ(ସଭା) ବସିଥିଲା। ଘଟଣାର ପ୍ରତ୍ୟକ୍ଷଦର୍ଶୀ ଥିବା ଉପେନ୍ଦ୍ର ଗାଧବାଙ୍କ ସାକ୍ଷ୍ୟ ପ୍ରମାଣ ଆଧାରରେ ୨ ଅଭିଯୁକ୍ତ ଘାସିରାମ ଓ ବଳରାମଙ୍କୁ ୫ ଶହ ଟଙ୍କା ଲେଖାଏ ଜରିମାନା କରାଯାଇଥିଲା। ଏହି ଅପମାନ ଓ ଜରିମାନାକୁ ନେଇ ଘାସିରାମ ଓ ବଳରାମ ରାଗ ରଖି ୬ ତାରିଖ ସନ୍ଧ୍ୟାରେ ମଦ ପିଇବାକୁ ଉପେନ୍ଦ୍ରଙ୍କୁ ବାଇକରେ ବସାଇ ନେଇଥିଲେ। କଣ୍ଡାପୁଟ ଜଙ୍ଗଲକୁ ନେଇ ଉପେନ୍ଦ୍ରଙ୍କୁ ଛୁରିରେ ଉଭୟେ ଆକ୍ରମଣ କରି ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲେ। ପରେ ଘାସିରାମ ଓ ବଳରାମ ଗ୍ରାମକୁ ଚାଲି ଆସିଥିଲେ ା ଉପେନ୍ଦ୍ରଙ୍କ ମୃତଦେହ ୮ତାରିଖରେ ସ୍ଥାନୀୟ ବାସିନ୍ଦା ଦେଖି ବାପା ହର ଗାଧବାଙ୍କୁ ଜଣାଇଥିଲେ। ସେ ଜଙ୍ଗଲକୁ ଯାଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁଅର ମୃତଦେହ ପଡିଥିବା ଦେଖିଥିଲେ। ଏନେଇ ହରସଦର ଥାନାରେ ଜୁନ୍‌ ୮ତାରିଖରେ ଅଭିଯୋଗ କରିଥିଲେ ା ଅଭିଯୋଗ କ୍ରମେ ପୋଲିସ ୧୦୧/୨୧ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri