Posted inଜାତୀୟ

ମହିଳା ଡାକ୍ତରଙ୍କୁ ବଳତ୍କାର ଏବଂ ହତ୍ୟାକୁ ନେଇ କଙ୍ଗନା କହିଲେ…

ନୂଆଦିଲ୍ଲୀ, ୧୩।୦୮: ବଲିଉଡ୍‌ ଅଭିନେତ୍ରୀ ତଥା ଭାଜପା ନେତ୍ରୀ କଙ୍ଗନା ରାଣାୱତ୍‌ କୋଲକତାର ଆର୍‌ଜି କର ହସ୍ପିଟାଲ୍‌ରେ ଘଟିଥିବା ଲୋମହର୍ଷଣକାରୀ ମହିଳା ଟ୍ରେନି ଡାକ୍ତରଙ୍କୁ ବଳତ୍କାର ଏବଂ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି। ସେ ଏନେଇ ସୋସିଆଲ୍‌ ମିଡିଆରେ ଏକ ବଡ଼ ନୋଟ୍‌ଲେଖି ସେୟାର କରିଛନ୍ତି। ସେ ଏଥିରେ ଲେଖିଛନ୍ତି ଯେ, ରାଜ୍ୟ ସରକାର ଚଳାଉଥିବା ଆର୍‌ଡି କର ମେଡିକାଲ କଲେଜ୍‌ ଏବଂ ହସ୍ପିଟାଲ୍‌ରେ ଘଟିଥିବା ଟ୍ରେନି ମହିଳା ଡାକ୍ତରଙ୍କୁ ହତ୍ୟା ଘଟଣା ହୃଦୟ ବିଦାରକ ଏବଂ ଅତି ନୃଶଂସନୀୟ। ଶୁକ୍ରବାର ସକାଳୁ ଏହି ଡାକ୍ତରଙ୍କ ଅର୍ଦ୍ଧନଗ୍ନ ମୃତଦେହ ହସ୍ପିଟାଲ୍‌ର ସେମିନାର ଗୃହରୁ ମିଳିଥିଲା । ତାଙ୍କ ଦେହର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି ଯେ ହତ୍ୟା ପୂର୍ବରୁ ଅଭିଯୁକ୍ତ ତାଙ୍କୁ ବଳତ୍କାର କରିବା ସହିତ ଅକଥନୀୟ ନିର୍ଯ୍ୟାତନା ଦେଇଛି । ମୁଁ ଆଶାକରୁଛି ଯେ ଏହି ମାମଲାର ସମ୍ପୂର୍ଣ୍ଣ ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରାଯିବ ଏବଂ ଅଭିଯୁକ୍ତକୁ କଠୋର ଶାସ୍ତି ମିଳିବ ।

ସୂଚନା ଥାଉକି ଅଭିଯୁକ୍ତକୁ ଶନିବାର ଗିରଫ କରିଛି ପଶ୍ଚିମବଙ୍ଗ ପୋଲିସ୍‌ । ଅଭିଯୁକ୍ତର ନାମ ସଞ୍ଜୟ ରୟ ହୋଇଥିବା ବେଳେ ସେ ପଶ୍ଚିମବଙ୍ଗ ପୋଲିସ୍‌ରେ ଭଲ୍ୟୁଣ୍ଟିୟର ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି । ସିସିଟିଭି ଆଧାରରେ ଅଭିଯୁକ୍ତକୁ ଗିରଫ ପରେ ପୋଲିସ୍‌ ଆଗରେ ସେ ତାର ଦୋଷ ସ଼୍ବୀକାର କରିଛି । ଶନିବାର ପଚରାଉଚରା ବେଳେ ସେ ମୋତେ ଫାଶୀ ଦେଇ ଦିଅ ବୋଲି ପୋଲିସ୍‌ ଆଗରେ କହିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri