କ୍ରିକେଟର୍‌ମାନେ କେଉଁ କୁଳର ନୁହନ୍ତି, କାହିଁକି ଏମିତି କହିଲେ କଙ୍ଗନା

ଆମେରିକୀୟ ପପ ତାରକା ରିହାନା କୃଷକ ଆନ୍ଦୋଳନକୁ ସମର୍ଥନ କରିବା ପରେ ଅନେକ ବିଶ୍ୱସ୍ତରୀୟ ସେଲିବ୍ରିଟି ଏହାକୁ ସମର୍ଥନ କରିଛନ୍ତି। ବିଶ୍ୱସ୍ତରୀୟ ସେଲିବ୍ରିଟିମାନେ କୃଷକ ଆନ୍ଦୋଳନକୁ ସମର୍ଥନ କରିବା ପରେ ଭାରତ ସରକାରଙ୍କ ପକ୍ଷରୁ ଦୃଢ ପ୍ରତିକ୍ରିୟା ଆସିଥିଲା। ସରକାରଙ୍କ ଏହି ପ୍ରତିକ୍ରିୟାକୁ ବଲିଉଡ କଳାକାର ଏବଂ କ୍ରିକେଟରଙ୍କ ଦ୍ୱାରା ବିପୁଳ ସମର୍ଥନ ମିଳିଛି। କ୍ରିକେଟର୍‌ ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ବିରାଟ କୋହଲିଙ୍କ ପର୍ଯ୍ୟନ୍ତ ପ୍ରାୟ ସମସ୍ତ କ୍ରିକେଟର ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଓପନର୍‌ ରୋହିତ ଶର୍ମା। ରୋହିତଙ୍କ ଟୁଇଟ୍‌ ଦେଖି ରାଗିଯାଇଛନ୍ତି ଅଭିନେତ୍ରୀ କଙ୍ଗନା ରାଣାୱତ। ରୋହିତ ଶର୍ମା ଟୁଇଟ୍‌ କରି ଲେଖିଛନ୍ତି ଯେ ଯେତେବେଳେ ଆମେ ସମସ୍ତେ ଏକଜୁଟ ହୋଇଥାଉ ସେତେବେଳେ ଭାରତ ସବୁବେଳେ ଶକ୍ତିଶାଳୀ ହୋଇ ରହିଥାଏ ଏବଂ ଏହାର ସମାଧାନ ଖୋଜି ବାହାର କରିବା ସମୟର ଆବଶ୍ୟକତା ରହିଛି। ଆମ ଦେଶର କଲ୍ୟାଣରେ କୃଷକମାନେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି ଏବଂ ମୁଁ ନିଶ୍ଚିତ ଯେ ସମାଧାନ ଖୋଜିବାରେ ସମସ୍ତେ ସେମାନଙ୍କର ଭୂମିକା ଗ୍ରହଣ କରିବେ। ରୋହିତ ଶର୍ମାଙ୍କ ଏହି ଟୁଇଟରେ କଙ୍ଗନା ରାଣାୱତ ବହୁତ ରାଗିଛନ୍ତି। ରୋହିତଙ୍କ ଟୁଇଟର ଜବାବ ଦେଇ କଙ୍ଗନା ସମସ୍ତ କ୍ରିକେଟରଙ୍କୁ କୁକୁର ସହିତ ତୁଳନା କରିଛନ୍ତି। ତେବେ କଙ୍ଗନାଙ୍କ ଏହି ଟୁଇଟକୁ ଟୁଇଟର ଦ୍ୱାରା ଡିଲିଟ କରାଯାଇଛି। କଙ୍ଗନା ଟୁଇଟ୍‌ କରି ଲେଖିଛନ୍ତି, କ୍ରିକେଟରମାନେ କୋଉ କୁଳର ନୁହେଁ। କୃଷକମାନେ ଏପରି ନିୟମ ବିରୁଦ୍ଧରେ କାହିଁକି ରହିବେ ଯାହା ସେମାନଙ୍କ ହିତ ପାଇଁ। ଏମାନେ ଆତଙ୍କବାଦୀ ଯିଏ ଏକ ଆତଙ୍କ ସୃଷ୍ଟି କରୁଛନ୍ତି ବୋଲି ସେ କହିଛନ୍ତି। କୃଷକ ଆନ୍ଦୋଳନକୁ ସମର୍ଥନ କରୁଥିବା ପପ ଗାୟକ ରିହାନା ଏବଂ ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କ ପରି ବିଶ୍ୱସ୍ତରୀୟ ସେଲିବ୍ରିଟିଙ୍କ ଉପରେ ଭାରତ ଦୃଢ ପ୍ରତିକ୍ରିୟା ପ୍ରକାଶ କରିଛି। ବହୁ ବଲିଉଡ ଅଭିନେତା, କ୍ରିକେଟର ଏବଂ କେନ୍ଦ୍ର ମନ୍ତ୍ରୀ ସରକାରଙ୍କ ଆଭିମୁଖ୍ୟକୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri