Posted inଜାତୀୟ

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ। କାରଣ ତୁମ ହତ୍ୟାକାରୀ ଏବେ ବି ଜୀବିତ ଅଛନ୍ତି। କେହି ବି ଦେଶକୁ ଖଣ୍ଡ ଖଣ୍ଡ କରି ପାରିବେ ନାହିଁ। କାରଣ ସନାତନୀ ଜୀବିତ ଅଛି। କହ୍ନେୟା କୁମାରଙ୍କୁ ଦିଲ୍ଲୀକୁ ଆଉ ଆଦୌ ପ୍ରବେଶ କରିବାକୁ ଦିଆଯିବ ନାହିଁ। ସେ ଭାରତୀୟ ଯବାନଙ୍କୁ ବଳାତ୍କାରୀ ବୋଲି କହିଛନ୍ତି। ତାଙ୍କୁ ମାଡ ମାରି ଉଚିତ ଶିକ୍ଷା ଦିଆଯାଇଛି’। ସଦ୍ୟତମ ଭାଇରାଲ ଭିଡିଓରେ ଏପରି କହିଛନ୍ତି ଦକ୍ଷ ଚୌଧୁରୀ। ଯିଏକି ଶୁକ୍ରବାର ସଂଧ୍ୟାରେ କଂଗ୍ରେସ ନେତା କହ୍ନେୟା କୁମାରଙ୍କୁ ଫୁଲମାଳ ପକେଇବା ନାଁରେ ମାଡ ମାରିଥିଲେ। ଏସବୁ କହୁଥିବାର ଭିଡିଓ ନିକଟରେ ଭାଇରାଲ ହୋଇଛି।

ସୂଚନା ଅନୁଯାୟୀ, ନିର୍ବାଚନ ପ୍ରଚାର ସମୟରେ ଭାଜପା, କହ୍ନେୟା କୁମାରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କଂଗ୍ରେସ ନେତାମାନେ ଦାବି କରିଛନ୍ତି ଯେ, କହ୍ନେୟାଙ୍କୁ ଚାପୁଡ଼ା ମାରିବା ସହ କାଳି ଫିଙ୍ଗିଥିବା ଲୋକଙ୍କୁ ଭାଜପା ପଠାଇଛି। କହିରଖୁଛୁ କି, କହ୍ନେୟା ଦିଲ୍ଲୀର ଉତ୍ତର ଆସନରୁ ଭାଜପା ଏମପି ମନୋଜ ତିୱାରୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଦାବି କରାଯାଉଛି କି, ମନୋଜ ତିଓ୍ବାରୀଙ୍କ ସମର୍ଥକ କହ୍ନେୟାଙ୍କୁ ଏପରି ଆକ୍ରମଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri