Posted inଜାତୀୟ

ସିପିଆଇ ବିବାଦ ମଧ୍ୟରେ ଜେଡିୟୁ ନେତାଙ୍କୁ ଭେଟିଲେ କହ୍ନେୟା କୁମାର

ପାଟନା,୧୫ ।୨: ବିହାର ରାଜନୀତିରେ ପ୍ରତିଦିନ କିଛି ନା କିଛି ନୂଆ ଦେଖିବାକୁ ମିଳୁଛି । ଏବେ ଚର୍ଚ୍ଚା ହେଉଛି କି କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆ(ସିପିଆଇ) ନେତା ତଥା ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ପୂର୍ବତନ ଅଧ୍ୟକ୍ଷ କହ୍ନେୟା କୁମାର ବିହାର ସରକାରରେ ମନ୍ତ୍ରୀ ଥିବା ତଥା ଜନତା ଦଳ ୟୁନାଇଟେଡ(ଜେଡିୟୁ)ନେତା ଅଶୋକ ଚୌଧୁରିଙ୍କୁ ଭେଡିଛନ୍ତି । କହ୍ନେୟା କୁମାର ଓ ଅଶୋକ ଚୌଧୁରୀଙ୍କ ବଡି ଲାଙ୍ଗୁଏଜକୁ ନେଇ ବିଭିନ୍ନ ପ୍ରକାର ଆଲୋଚନା ଆରମ୍ଭ ହେଲାଣି । କହ୍ନେୟା କୁମାର ଅଶୋକ ଚୌଧୁରୀଙ୍କୁ ତାଙ୍କ ଘରେ ସାକ୍ଷାତ୍ କରିଛନ୍ତି । ଏହା ଔପଚାରିକ ସାକ୍ଷାତ୍‌କାର ବୋଲି କୁହାଯାଉଛି । ସିପିଆଇ କହ୍ନେୟା କୁମାରଙ୍କ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିବା ବେଳେ ତାଙ୍କର ଏଭଳି ସାକ୍ଷାତ୍‌କାର ଅନେକ ପ୍ରଶ୍ନବାଚି ସୃଷ୍ଟି କରିଛି । କହ୍ନେୟା କୁମାରଙ୍କ ଜେଡିୟୁରେ ସାମିଲ ହେବାକୁ ନେଇ ପାର୍ଟି ନେତା ଅଜୟ ଆଲୋକ କହିଛନ୍ତି କହ୍ନେୟା କୁମାର ବିକୃତ ଓ କମ୍ୟୁନିଷ୍ଟ ବିଚାରଧାରାର । ଯଦି ସେ ତାଙ୍କ ବିଚାରଧାରା ଛାଡି ଜେଡିୟୁର ବିଚାରଧାରାକୁ ଆପଣେଇ ପାରିବେ ତେବେ ତାଙ୍କୁ ଦଳକୁ ସ୍ୱାଗତ ବୋଲି ଅଜୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri