Posted inଜାତୀୟ

କଂଗ୍ରେସ ଏକ ବଡ଼ ଜାହାଜ, ଏହାକୁ ବୁଡ଼ିଯିବାରୁ ରକ୍ଷା କରିବାକୁ ହେବ: କହ୍ନେୟା କୁମାର

ନୂଆଦିଲ୍ଲୀ,୨୮।୯: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ) ଛାତ୍ର ସଂଗଠନର ପୂର୍ବତନ ସଭାପତି ତଥା ସିପିଆଇ ନେତା କହ୍ନେୟା କୁମାର ମଙ୍ଗଳବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, କଂଗ୍ରେସ ଏକ ବଡ଼ ଜାହାଜ। ଏହାକୁ ବୁଡିଯିବାରୁ ରକ୍ଷା କରିବାକୁ ହେବ। କଂଗ୍ରେସ ନ ବଞ୍ଚିଲେ ଦେଶ ବଞ୍ଚିବ ନାହିଁ। କଂଗ୍ରେସ ବଞ୍ଚିଲେ ଯୁବପୀଢ଼ିର ସ୍ବପ୍ନ ବଞ୍ଚିବ। କାରଣ ବିରୋଧୀ ଦୁର୍ବଳ ହେଲେ ଦେଶରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ମୁଁ କଂଗ୍ରେସରେ ଯୋଗ ଦେବାର କାରଣ, ଏହା କେବଳ ଏକ ଦଳ ନୁହେଁ, ଏହା ଏକ ଚିନ୍ତାଧାରା। ଏହା ଦେଶର ସର୍ବପୁରାତନ ତଥା ଗଣତାନ୍ତ୍ରିକ ଦଳ। ମୁଁ ଗଣତାନ୍ତ୍ରିକ ଉପରେ ଜୋର ଦେଉଛି ବୋଲି ସେ କହିଛନ୍ତି।

ଦେଶ ଏବେ ୧୯୪୭ ପୂର୍ବ ସ୍ଥିତିରେ ପହଞ୍ଚିଛି। ଯଦି ମଲ୍‌ରେ ନିଆଁ ଲାଗିଛି ତେବେ ଶୋ’ ରୁମ୍‌ ବଞ୍ଚାଇଲେ କ’ଣ ହେବ। ଗାନ୍ଧୀଙ୍କ ଆଦର୍ଶକ ନେଇ କଂଗ୍ରେସ ଚାଲିବ। ଯେଉଁମାନେ ବିରୋଧୀ ଦୁର୍ବଳ ବୋଲି କହୁଛନ୍ତି ସେମାନେ ପରର ଅବସ୍ଥା ବିଷୟରେ ଭାବିବା ଉଚିତ ବୋଲି କହ୍ନେୟା ଆହୁରି ମଧ୍ୟ କହିଛନ୍ତି।

ପ୍ରକାଶ ଯେ, କହ୍ନେୟାଙ୍କ ସହ ଗୁଜରାଟର ନିର୍ଦ୍ଦଳୀୟ ବିଧାୟକ ଜିଗ୍ନେଶ ମଓ୍ବୋନୀ ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେମାନେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ ଦିଲ୍ଲୀସ୍ଥିତ ଶହୀଦ ପାର୍କରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri