ନୂଆରୂପ ପାଇବ କାନଝରୀ, ସାଳନ୍ଦୀ ଡ୍ୟାମ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହୀ ବ୍ଲକ୍‌ର ସଳନ୍ଦୀ ଡ୍ୟାମ (ବିଦ୍ୟାଧରପୁର ବ୍ୟାରେଜ) ନୂଆରୂପ ପାଇବ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଜଳଭଣ୍ଡାର ପାରିପାର୍ଶ୍ୱିକ ଉନ୍ନୟନ ସ୍କିମ୍‌ରେ ଏହି ଦୁଇ ଡ୍ୟାମରେ ୨ କୋଟି ଟଙ୍କା ଖର୍ଚ୍ଚ କରି ମ୍ୟୁଜିୟମ ଓ ଶିଶୁ ପାର୍କ କମ୍ପ୍ଲେକ୍ସ ନିର୍ମାଣ ହେବ। କେନ୍ଦୁଝର ବୈତରଣୀ ଅବବାହିକା ବିଭାଗ ଅନୁରୋଧ କ୍ରମେ ମଙ୍ଗଳବାର ଦିନ ଅନୁଷ୍ଠିତ ପର୍ଯ୍ୟଟନ ଉନ୍ନୟନ କମିଟି ବୈଠକରେ ଏହାର କାର୍ଯ୍ୟକାରିତା ନେଇ ଆଲୋଚନା ହୋଇଛି।
ଉକ୍ତ ସ୍ଥାନରେ ଚଲା ରାସ୍ତା, ବିଦ୍ୟୁତ୍‌ ବ୍ୟବସ୍ଥା, ସୌନ୍ଦର୍ଯ୍ୟକରଣ, ପିକ୍‌ନିକ ପିଣ୍ଡି, ସ୍ବାଗତ ଗେଟ୍‌, ଟଏଲେଟ କମ୍ପ୍ଲେକ୍ସ, ଆଦି କାର୍ଯ୍ୟ କରାଯିବ। ଫଳରେ ଅଧିକ ପର୍ଯ୍ୟଟକ ଆସିବେ ଏବଂ ସୁବିଧା ପାଇବେ। ପିଲାମାନେ ପାର୍କରେ ଖେଳକୁଦ କରିବେ ଏବଂ ଜଳଭଣ୍ଡାରର ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ। ଏହାଦ୍ୱାରା ପର୍ଯ୍ୟଟକଙ୍କ ଆଗମନ ବଢ଼ିବ ବୋଲି ମତପ୍ରକାଶ ପାଉଛି। ପ୍ରକାଶ ଯେ, କେନ୍ଦୁଝର ଜିଲାର କାନଝରୀ ଓ ସାଳନ୍ଦୀ ପର୍ଯ୍ୟଟନ କେନ୍ଦ୍ରକୁ ପ୍ରତ୍ୟେକ ବର୍ଷ ବହୁ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବା ସହ ଭୋଜିଭାତ କରିବାକୁ ଆସିଥାନ୍ତି। ସେଠାରେ ପର୍ଯ୍ୟଟକଙ୍କ ପାଇଁ କୌଣସି ସୁବିଧା ଓ ଆମୋଦପ୍ରମୋଦର ବ୍ୟବସ୍ଥା ନାହିଁ। କାନଝରୀ ଡ୍ୟାମ ନିକଟରେ ବହୁ ଆଗରୁ ଏକ ପାର୍କ ନିର୍ମାଣ କରାଯାଇଥିଲା। କିନ୍ତୁ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଜରାଜିର୍ଣ୍ଣ ହୋଇପଡ଼ିଛି। ବିଶେଷ କରି ଶୌଚାଳୟ ନ ଥିବାରୁ ପର୍ଯ୍ୟଟକ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଉନ୍ନୟନ କାର୍ଯ୍ୟ ପରେ ପର୍ଯ୍ୟଟକଙ୍କ ଭିଡ଼ ଜମିବ ବୋଲି ଆଶା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri