Posted inଜାତୀୟ

ପାଞ୍ଚ ନୁହେଁ କାରରେ ଥିଲେ ଅଞ୍ଜଳିଙ୍କ ଚାରି ଜଣ ହତ୍ୟାକାରୀ

ନୂଆଦିଲ୍ଲୀ,୬ ।୧: ରାଜଧାନୀ ଦିଲ୍ଲୀର ସୁଲତାନପୁରୀ କାଂଞ୍ଝେୱଲା ଅଞ୍ଚଳରେ ୨୦ ବର୍ଷୀୟା ଅଞ୍ଜଳିଙ୍କ ସ୍କୁଟିକୁ ଧକ୍କା ଦେଇ ପରେ ତାଙ୍କ ଶରୀରକୁ ଘୋଡାଷି ନେବା ଘଟଣାରେ ଉକ୍ତ କାରରେ ୫ ନୁହେଁ ବରଂ ୪ ଜଣ ଥିବା ଜଣାପଡିଛି । ଏହି ସୂଚନା ଗୁରୁବାର ୫ ଜାନୁୟାରୀରେ ଦିଲ୍ଲୀ ପୋଲିସ ଦେଇଛି । ଅତିରିକ୍ତ ପୋଲିସ କମିଶନର ସାଗର ପ୍ରିତ ହୁଡ୍ଡା କହିଛନ୍ତି ଏହି ମାମଲାରେ ଆଉ ୨ ସନ୍ଦିଗ୍ଧ ସାମିଲ ଅଛନ୍ତି ।
ସେ କହିଛନ୍ତି, ସିସିଟିଭି ଫୁଟେଜ ଓ କଲ ରେକର୍ଡ ଡିଟେଲ୍ସରୁ ଏମାନଙ୍କର ସମ୍ପୃକ୍ତି ଥିବା ଜଣାପଡିଛି । ଆମେ ଅନୁମାନ କରିଛୁ କି ଆଶୁତୋଷ ଓ ଅଙ୍କୁଶ ଖାନ୍ନା ଅଭିଯୁକ୍ତଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛନ୍ତି ।
ସାଗର ପ୍ରିତ ହୁଡ୍ଡା କହିଛନ୍ତି, ଦୁର୍ଘଟଣା ସମୟରେ ଦୁଇଜଣ (ଆଶୁତୋଷ ଓ ଅଙ୍କୁଶ ଖାନ୍ନା) କାରରେ ନ ଥିଲେ ବରଂ ପୋଲିସ ସାମ୍ନାରେ ମିଛ କହି ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛନ୍ତି । ପୋଲିସ ଆହୁରି ମଧ୍ୟ ସ୍ପଷ୍ଟ କରିଛି କି ଦୁର୍ଘଟଣା ସମୟରେ ୫ ନୁହେଁ ୪ ଜଣ କାରରେ ଥିଲେ । ଦୀପକ ଯାହାକୁ ଡ୍ରାଇଭର ବୋଲି କୁହାଯାଉଛି ବାସ୍ତବରେ ଦୁର୍ଘଟଣା ସମୟରେ ସେ ଘରେ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri