Posted inଜାତୀୟ

କାଞ୍ଜାଓ୍ବାଲା ହତ୍ୟା ମାମଲା: ଚାରି ଅଭିଯୁକ୍ତଙ୍କ ବିରୋଧରେ ଚାଲିବ ହତ୍ୟା ମାମଲା

ନୂଆଦିଲ୍ଲୀ,୨୭।୭: କାଞ୍ଜାଓ୍ବାଲା ହିଟ ଆଣ୍ଡ ରନ ମାମଲାରେ ଦିଲ୍ଲୀର ଏକ କୋର୍ଟ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। କୋର୍ଟ କହିଛନ୍ତି ଏହି ମାମଲାରେ ଅଭିଯୁକ୍ତ ୪ ଜଣଙ୍କ ବିରୋଧରେ ହତ୍ୟା ମାମଲା ଚାଲିବ। ସୂଚନାଯୋଗ୍ୟ, ବର୍ଷ ଆରମ୍ଭରେ ଅଭିଯୁକ୍ତମାନେ ଅଞ୍ଜଳି କାଞ୍ଜାଓ୍ବାଲାଙ୍କୁ କାରରେ ଧକ୍କା ଦେବା ପରେ ତାଙ୍କୁ କିଛି କିଲୋମିଟର ପର୍ଯ୍ୟନ୍ତ ଟାଣି ନେଇଥିଲେ। ଏହି ଦୁର୍ଘଟଣାରେ ଅଞ୍ଜଳିଙ୍କର ଦୁଃଖଦ ମୃତ୍ୟୁ ହୋଇଥିଲା।
ଡିସେମ୍ବର ୩୧, ୨୦୨୨ର ରାତିରେ ସୁଲତାନପୁରୀ ଅଞ୍ଚଳରେ ଜଣେ ମହିଳା ଏକ କାର ଧକ୍କା ଦେଇ ପ୍ରାୟ ୧୩ କିଲୋମିଟର ପର୍ଯ୍ୟନ୍ତ ଟାଣି ନେଇଥିବାର ଅଭିଯୋଗ ହୋଇଥିଲା। କାରରେ ଥିବା ଲୋକମାନେ ଜାଣିଥିଲେ ଯେ ଅଞ୍ଜଳି କାର ତଳେ ଫସି ରହିଛନ୍ତି।
ସୂଚନା ଅନୁଯାୟୀ, ପ୍ରାୟ ୫୦୦ମିଟର ଟାଣି ନେବା ପରେ ଅଞ୍ଜଳିଙ୍କର ମୃତ୍ୟୁ ହୋଇଥିଲା। ରୋହିଣୀ କୋର୍ଟରେ ଦାଖଲ ହୋଇଥିବା ୮୦୦ ପୃଷ୍ଠାର ଚାର୍ଜସିଟରେ ଏହା ପ୍ରକାଶ ପାଇଛି। ଚାର୍ଜସିଟରେ ସହେଲି ନିଧି, କଲ କରୁଥିବା ଏବଂ ଅନ୍ୟମାନଙ୍କ ବୟାନ ମଧ୍ୟ ଉଲ୍ଲେଖ କରାଯାଇଛି। ସମୁଦାୟ ୧୨୦ ଜଣଙ୍କୁ ସାକ୍ଷୀ କରାଯାଇଛି।
ମିଳିଥିବା ତାଜା ସୂଚନା ଅନୁଯାୟୀ, ଦିଲ୍ଲୀର ରୋହିନୀ କୋର୍ଟ ଅଭିଯୁକ୍ତ ମନୋଜ ମିତ୍ତଲ, ଅମିତ ଖାନ୍ନା, କୃଷ୍ଣ ଏବଂ ମିଥୁନଙ୍କୁ ଆଇପିସି ଧାରା ୩୦୨ (ହତ୍ୟା), ୨୦୧ (ପ୍ରମାଣ ନଷ୍ଟ କରିବା), ୨୧୨(ଅପରାଧୀଙ୍କୁ ଧରିବା), ୧୨୦ ବି (ଅପରାଧିକ ଷଡଯନ୍ତ୍ର) ଅନୁଯାୟୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri