କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ମତଦାନ ଶେଷ ହୋଇସାରିଛି। ତେବେ ଆସନ୍ତା ୪ ତାରିଖରେ ସମସ୍ତ ପର୍ଯ୍ୟାୟ ନିର୍ବାଚନର ଭୋଟ ଗଣତି କରାଯିବ। ହେଲେ ଏହା ପୂର୍ବରୁ ବିଭିନ୍ନ ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକ୍‌ଜିଟ ପୋଲ୍‌ ରିପୋର୍ଟ ପ୍ରକାଶ ପାଇଛି। ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଭାଜପା ଓଡ଼ିଶାରେ ଲୋକ ସଭା ଆସନରେ ବହୁତ ଭଲ ପ୍ରଦର୍ଶନ କରିବ ବୋଲି ଦର୍ଶାଯାଇଛି। ଏପରିକି ରାଜ୍ୟରେ ୨୧ ଲୋକ ସଭା ଆସନରୁ ଭାଜପା ପ୍ରାୟ ୧୮ ପର୍ଯ୍ୟନ୍ତ ଆସନ ନେଇପାରେ ବୋଲି ଜାତୀୟ ଗଣମାଧ୍ୟମ ସଂସ୍ଥା ଆକଳନ କରିବା ପରେ ଏହାକୁ ନେଇ ରାଜନୀତି ଜୋର୍‌ ଧରିଛି। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ତାଙ୍କ ‘ଏକ୍ସ’ ଆକାଉଣ୍ଟରେ ୨୦୧୯ ନିର୍ବାଚନ ପରେ ପ୍ରକାଶ ପାଇଥିବା ଏକ ଏକ୍‌ଜିଟ ପୋଲ୍‌ ରିପୋର୍ଟ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି ଯେ, ୨୦୧୯ ନିର୍ବାଚନ ବେଳେ ଏସି(ଏୟାର କଣ୍ଡିଶନର) ରୁମ୍‌ରେ ବସି ଜାତୀୟ ସଂସ୍ଥା କରିଥିବା ଏକ୍‌ଜିଟ ପୋଲ୍‌ ଯେମିତି ହେଇଥିଲା ସମସ୍ତେ ତାହା ଦେଖିଛନ୍ତି। ୨୦୨୪ରେ ମଧ୍ୟ ଏହାର ପୁନରାବୃତ୍ତି ହେବ ବୋଲି ସେ ଉଲ୍ଲେଖ କରିଛନ୍ତି।
ଭାଜପାର ପୂର୍ବତନ ରାଜ୍ୟ ସଭାପତି କନକ ବର୍ଦ୍ଧନ ସିଂଦେଓ କହିଛନ୍ତି ଯେ, ଏକ୍‌ଜିଟ ପୋଲ୍‌ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପ୍ରସ୍ତୁତ କରିଛନ୍ତି। ତେବେ ଗଣମାଧ୍ୟମ ଉପରେ ଓଡ଼ିଶା ସରକାରଙ୍କ ବିଶ୍ୱାସ ନାହିଁ। ଯଦି ସେମାନଙ୍କ ଗଣମାଧ୍ୟମ ସଂସ୍ଥା ଉପରେ ବିଶ୍ୱାସ ନାହିଁ ତେବେ ଭାଜପାର ଏହା ଉପରେ କୌଣସି ଯୁକ୍ତି କରିବାର ନାହିଁ। ବିଜେଡି ସବୁବେଳେ ଗଣମାଧ୍ୟମ ସଂସ୍ଥାକୁ କେବଳ ନିଜ ପ୍ରଚାର ପ୍ରସାର ପାଇଁ ବ୍ୟବହାର କରିଛି। ଲୋକଙ୍କ ପାଖକୁ ଯାଇ ଖରାରେ ବୁଲି ଗଣମାଧ୍ୟମ ପ୍ରତିନିଧିମାନେ ସେମାନଙ୍କ ରିପୋର୍ଟ ପ୍ରସ୍ତୁତ କରିଛନ୍ତି। ଭାଜପାର ଏହା ଉପରେ ବିଶ୍ୱାସ ଅଛି, ରାଜ୍ୟରେ ଦୁଇ ତୃତୀୟାଂଶ ଆସନରେ ଭାଜପା ଏକ ସ୍ଥିର ସରକାର କରିବ ବୋଲି କନକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?