ଦୁବାଇରୁ ଡ୍ରେସ୍‌ରେ ଲୁଚାଇ ସୁନା ଆଣୁଥିଲେ ଏହି ଅଭିନେତ୍ରୀ: ମାଡ଼ିବସିଲା ପୋଲିସ

ବେଙ୍ଗାଲୁରୁ,୫।୩:କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଧରାଯାଇଥିଲା। ତଲାସି ସମୟରେ ତାଙ୍କଠାରୁ ୧୪.୮ କିଲୋଗ୍ରାମ ସୁନା ଜବତ କରାଯାଇଥିଲା।ଏହା ପରେ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା।

ତାଙ୍କୁ ଗିରଫ କରାଯିବା ପରେ, ତାଙ୍କୁ ଅର୍ଥନୈତିକ ଅପରାଧ ଅଦାଲତରେ ହାଜର କରାଯାଇଥିଲା। ହାଜର ହେବା ପରେ ଅଭିନେତ୍ରୀଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ଅଧିକାରୀଙ୍କ ଅନୁଯାୟୀ, ରାନ୍ୟା ଦୁବାଇରୁ ଏମିରେଟ୍ସ ବିମାନରେ ଭାରତ ଆସିଥିଲେ ଏବଂ ତାଙ୍କ ଡ୍ରେସ୍‌ରେ ଲୁଚାଇ ୧୪.୮ କିଲୋଗ୍ରାମ ସୁନା ଆଣିଥିଲେ ବୋଲି ଅଭିଯୋଗ ହୋଇଛି।

ତଦନ୍ତ ପରେ ଏହା ମଧ୍ୟ କୁହାଯାଉଛି, ରାନ୍ୟା ଦୁବାଇରୁ ସୁନା ଚୋରାଚାଲାଣ କରୁଥିଲେ। ପୋଲିସ ରାନ୍ୟାଙ୍କ ବାରମ୍ବାର ଅନ୍ତର୍ଜାତୀୟ ଯାତ୍ରା ଉପରେ ନଜର ରଖିଥିଲା। ଅଭିନେତ୍ରୀ ଜଣକ ୧୫ ଦିନ ମଧ୍ୟରେ ଚାରିଥର ଦୁବାଇ ଯାଇଥିଲେ। ପୋଲିସ ତାଙ୍କ ଉପରେ ସନ୍ଦେହ କରିଥିଲା ଏବଂ ସୁଯୋଗ ପାଇବା ମାତ୍ରେ ଅଭିନେତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା।

ରାଣ୍ୟା ରାଓ ଫିଲ୍ମ ‘ମାଣିକ୍ୟ’ (୨୦୧୪) ପାଇଁ ଜଣାଶୁଣା। ଏହି ଫିଲ୍ମରେ ସେ କନ୍ନଡ ସୁପରଷ୍ଟାର ସୁଦୀପଙ୍କ ସହ ନଜର ଆସିଥିଲେ। ସେ କର୍ନାଟକର ବରିଷ୍ଠ ଆଇପିଏସ ଅଧିକାରୀ କେ.ରାମଚନ୍ଦ୍ର ରାଓଙ୍କ ଝିଅ। ରାମଚନ୍ଦ୍ର ରାଓ କର୍ନାଟକ ରାଜ୍ୟ ପୋଲିସ ହାଉସିଂ କର୍ପୋରେସନରେ ଡିଜିପି ଭାବରେ କାର୍ଯ୍ୟରତ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri