ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG) ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ଡେଥ୍ ନୋଟ୍ ଜବତ କରିଛି, ଯେଉଁଥିରେ ସେ ନିଜର ମାନସିକ ଅବସାଦ ଏବଂ ପରିବାର ପକ୍ଷରୁ ବିବାହ ପାଇଁ ପଡ଼ୁଥିବା ଚାପ ବିଷୟରେ ଉଲ୍ଲେଖ କରିଛନ୍ତି।

ନନ୍ଦିନୀ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, ସେ ଏବେ ବିବାହ ପାଇଁ ମାନସିକ ସ୍ତରରେ ପ୍ରସ୍ତୁତ ନଥିଲେ ମଧ୍ୟ ପରିବାର ଲୋକେ ତାଙ୍କ ଉପରେ ଜୋର ଜବରଦସ୍ତ କରୁଥିଲେ। ଏହା ବ୍ୟତୀତ ସେ ଅଭିନୟ ଜାରି ରଖିବାକୁ ଚାହୁଁଥିବା ବେଳେ ପରିବାର ଲୋକେ ତାଙ୍କୁ ସରକାରୀ ଚାକିରି କରିବାକୁ ବାଧ୍ୟ କରୁଥିଲେ। ଦୀର୍ଘ ଦିନରୁ ସେ ମାନସିକ ଚାପ ଓ ଅବସାଦ ଦେଇ ଗତି କରୁଥିବା ଏହି ନୋଟ୍‌ରୁ ଜଣାପଡ଼ିଛି।

ବର୍ତ୍ତମାନ ସେ ଏହି ତାମିଲ ସିରିଏଲରେ ‘କନକା’ ଓ ‘ଦୁର୍ଗା’ ଭଳି ଦ୍ୱୈତ ଭୂମିକାରେ ଅଭିନୟ କରୁଥିଲେ। ସେ ‘ଜୀବା ହୁଭାଗିଡେ’, ‘ସଂଘର୍ଷ’, ‘ମଧୁମଗାଲୁ’ ଏବଂ ‘ନୀନାଦେ ନା’ ଭଳି ଲୋକପ୍ରିୟ ଧାରାବାହିକରେ କାର୍ଯ୍ୟ କରି ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।

ସୋସିଆଲ ମିଡିଆରେ ଏବେ ଏକ ଦୁଃଖଦ ସଂଯୋଗକୁ ନେଇ ଚର୍ଚ୍ଚା ହେଉଛି। ତାଙ୍କର ସାମ୍ପ୍ରତିକ ସିରିଏଲ ‘ଗୌରୀ’ର ଏକ ଦୃଶ୍ୟରେ ତାଙ୍କ ଚରିତ୍ର ବିଷ ପିଇ ଆତ୍ମହତ୍ୟା କରିଥିଲା। ଏହି ଅନ୍-ସ୍କ୍ରିନ୍ ଘଟଣାର କିଛି ଦିନ ପରେ ବାସ୍ତବ ଜୀବନରେ ତାଙ୍କର ଏଭଳି ଚରମ ନିଷ୍ପତ୍ତି ସମସ୍ତଙ୍କୁ ଚକିତ କରିଛି।

ବେଙ୍ଗାଲୁରୁ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ତାଙ୍କ ବନ୍ଧୁବାନ୍ଧବ ଏବଂ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରାଯାଉଛି। ନନ୍ଦିନୀଙ୍କ ଅକାଳ ବିୟୋଗରେ ତାମିଲ ଓ କନ୍ନଡ କଳାକାରମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?