‘୨୦୨୩ ଡିସେମ୍ବରରେ ସରିବ କାନପୁର ଡ୍ୟାମ୍‌ କାମ’

ଯୋଡ଼ା/କେନ୍ଦୁଝର,୨୩।୪ (ଡି.ଏନ.ଏ./ସ୍ବ.ପ୍ର.) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲାର କାନ୍‌ପୁର ଜଳସେଚନ ଡ୍ୟାମ୍‌ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରାଯିବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପ୍ରକଳ୍ପ ଦ୍ୱାରା କେନାଲ ମାଧ୍ୟମରେ ପ୍ରାୟ ୩୦ହଜାର ହେକ୍ଟର ଏବଂ ପାଇପ୍‌ ଯୋଗେ ଉଠାଜଳସେଚନ ଦ୍ୱାରା ପ୍ରାୟ ୧୦ହଜାର ହେକ୍ଟର ଏହିପରି ସମୁଦାୟ ୪୦ହଜାର ହେକ୍ଟର ଜମି ଜଳସେଚିତ ହେବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦୁଝର ଗସ୍ତ ଅବସରରେ ସୂଚନା ଦେଇଛନ୍ତି।
ଶାସନ ସଚିବ ମହାପାତ୍ରଙ୍କ ସହ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନସଚିବ ଅନୁ ଗର୍ଗ ଏବଂ ୫-ଟି ଶାସନ ସଚିବ ଭି.କେ. ପାଣ୍ଡିଆନ୍‌ ଚମ୍ପୁଆର ଚିମଳାଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ସେଠାରୁ ସଡ଼କ ପଥରେ ବାସୁଦେବପୁରଠାରେ ନିର୍ମାଣାଧୀନ କାନ୍‌ପୁର ଡ୍ୟାମ୍‌ ଅଞ୍ଚଳକୁ ଯାଇ ପରିଦର୍ଶନ କରିଥିଲେ। ପରେ ସ୍ଥାନୀୟ ହିଲ୍‌ଟପ୍‌ ଗେଷ୍ଟହାଉସ୍‌ଠାରେ ସମ୍ପୃୃକ୍ତ ବିଭାଗର ଜିଲାସ୍ତରୀୟ ଅଧିକାରୀ ଏବଂ ଡ୍ୟାମ୍‌ ନିର୍ମାଣରେ ନିୟୋଜିତ ଯନ୍ତ୍ରୀମାନଙ୍କ ସହ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରି ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ କାର୍ଯ୍ୟାନ୍ବୟନ ସଂସ୍ଥାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଡ୍ୟାମ୍‌ ନିକଟରେ ନିର୍ମାଣାଧିନ ଜାତୀୟ ରାଜପଥ ପୋଲ କାର୍ଯ୍ୟ ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଶେଷ କରିବା ପାଇଁ ଜାତୀୟ ରାଜପଥ ଯନ୍ତ୍ରୀମାନଙ୍କୁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ସମୀକ୍ଷା ବୈଠକ ପରେ ଏହି ଟିମ୍‌ ସ୍ଥାନୀୟ ବାସୁଦେବପୁର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀମାନଙ୍କ ସହ ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପର ସୁଫଳ ବିଷୟରେ ସିଧାସଳଖ ଆଲୋଚନା କରିଥିଲେ। ଏହି ସମୟରେ ଟିମ୍‌ ମଧ୍ୟ ମଧ୍ୟାହ୍ନ ଭୋଜନର ଗୁଣାତ୍ମକମାନ ପରଖିବା ସହ ଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କରିଥିଲେ। କ୍ରୀଡ଼ା ଭିତ୍ତିଭୂମି ମଧ୍ୟ ଯାଞ୍ଚ କରିଥିଲେ।
ସମୟରେ ମୁଖ୍ୟ ଶାସନ ସଚିବ ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ, ଯୋଡା ବ୍ଲକ୍‌ର ବାସୁଦେବପୁରଠାରେ ବୈତରଣୀ ନଦୀ ଉପରେ ନିର୍ମାଣ ହେଉଥିବା ଏହି ଡ୍ୟାମ୍‌ ଦ୍ୱାରା ଚମ୍ପୁଆ, ଝୁମ୍ପୁରା, ପାଟଣା, କେନ୍ଦୁଝର ସଦର ଏବଂ ଯୋଡା ବ୍ଲକ୍‌ ଅଧୀନ ୨୪୪ଟି ଗ୍ରାମର ଅଧିବାସୀମାନେ ଉପକୃତ ହେବେ। ଜିଲାର ପ୍ରତି ଘରକୁ ପାଇପ୍‌ ଯୋଗେ ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରାଯାଇଛି ା ୨୦୨୩ ମାର୍ଚ୍ଚ ସୁଦ୍ଧା ସମସ୍ତ ଘରକୁ ପାଇପ୍‌ ଯୋଗେ ଜଳଯୋଗାଣ ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ। ବାସୁଦେବପୁରସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପରିଚାଳିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ହୋଇଛି ବୋଲି ମହାପାତ୍ର କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶିଷ ଠାକରେ, ପୋଲିସ୍‌ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ଜଳ ସମ୍ପଦ ବିଭାଗ ସର୍ବୋଚ୍ଚଯନ୍ତ୍ରୀ ବିଜୟ କୁମାର ମିଶ୍ର, ଓଡ଼ିଶା ନିର୍ମାଣ ନିଗମ ପରିଚାଳନା ନିର୍ଦ୍ଦେଶକ ବିଭୂତିଭୂଷଣ ଦାଶ, ବନଖଣ୍ଡ ଅଧିକାରୀ ଧନରାଜ ଏଚ୍‌.ଡି., କାନପୁର ଜଳସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣି, ଚମ୍ପୁଆ ଉପଜିଲାପାଳଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?