Posted inଜାତୀୟ

ହୃଦୟବିଦାରକ ଘଟଣା: ପ୍ରେମିକାଙ୍କୁ ହତ୍ୟା କରି ଶବକୁ ସୁଟକେସରେ ଭର୍ତ୍ତି ନଦୀରେ ଫିଙ୍ଗିଲା ପ୍ରେମିକ

ନୂଆଦିଲ୍ଲୀ,୨୧।୯: ଉତ୍ତରପ୍ରଦେଶର କାନପୁରରେ ଏକ ହୃଦୟବିଦାରକ ଘଟଣାରେ ପ୍ରେମିକ ସୂରଜ ଉତ୍ତମ ତାର ପ୍ରେମିକା ଆକାଂକ୍ଷା (୨୦)ଙ୍କୁ ଗଳା ଚିପି ହତ୍ୟା କରି ଶବକୁ ସୁଟକେସରେ ଭର୍ତ୍ତି କରି ଶହେ କିଲୋମିଟର ଦୂର ବାନ୍ଦାର ଚିଲ୍ଲା ପୋଲରୁ ଯମୁନା ନଦୀରେ ଫୋପାଡ଼ିଥିବା ଘଟଣା ପ୍ରକାଶ ପାଇଛି। ସୂରଜ ଏହି ହତ୍ୟାକାଣ୍ଡରେ ତାର ବନ୍ଧୁ ଆଶିଷଙ୍କ ସହାୟତା ନେଇଥିଲା। ପୋଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ ପଠାଇଛି।

ଘଟଣା ଅନୁଯାୟୀ, ଆକାଂକ୍ଷା ଓ ସୂରଜଙ୍କ ମଧ୍ୟରେ ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଦୁଇ ମାସ ତଳେ ଆକାଂକ୍ଷା ସୂରଜଙ୍କ ସହ ହନୁମନ୍ତ ବିହାରରେ ଲିଭ୍-ଇନ୍ ସମ୍ପର୍କରେ ରହୁଥିଲେ। ୨୧ ଜୁଲାଇରେ ସୂରଜର ଅନ୍ୟ ଝିଅଙ୍କ ସହ ସମ୍ପର୍କ ଥିବା ଜଣାପଡ଼ିବାରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ରାତି ୧୦:୩୦ରେ କଥା କଟାକଟି ଓ ହାତାହାତି ସମୟରେ ସୂରଜ ଆକାଂକ୍ଷାଙ୍କୁ ଗଳା ଚିପି ହତ୍ୟା କରିଥିଲା। ପରେ ଆଶିଷଙ୍କ ସହ ଶବକୁ ସୁଟକେସରେ ଭର୍ତ୍ତି କରି ବାଇକରେ ନେଇ ରାତି ୨:୩୦ରେ ଯମୁନା ନଦୀରେ ଫୋପାଡ଼ିଥିଲେ।

ଆକାଂକ୍ଷାଙ୍କ ମାଆ ବିଜୟଶ୍ରୀଙ୍କ ଅପହରଣ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ସୂରଜ ପ୍ରଥମେ ପୋଲିସକୁ ବାଟବଣା କରିଥିଲେ, କିନ୍ତୁ ମୋବାଇଲ ଲୋକେସନ ଓ କଥାବାର୍ତ୍ତା ରେକର୍ଡ ଆଧାରରେ ସେ ହତ୍ୟା ସ୍ୱୀକାର କରିଥିଲେ। ପୋଲିସ ଏବେ ଶବ ଉଦ୍ଧାର ପାଇଁ ଚେଷ୍ଟା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri