Posted inଜାତୀୟ

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ ନଗର ସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଶାଖାର ଏକ ବ୍ୟାଙ୍କ ଲକରରୁ ପ୍ରାୟ ୫୦ ଲକ୍ଷ ଟଙ୍କାର ପୁରୁଣା ଏବଂ ମୂଲ୍ୟବାନ ଅଳଙ୍କାର ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି । ଏହି ମାମଲାରେ କାନପୁର ପୋଲିସ ସମ୍ପୃକ୍ତ ବ୍ୟାଙ୍କ କର୍ମଚାରୀଙ୍କ ବିରୋଧରେ ଏଫ୍ଆଇଆର୍ (FIR) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, କୌଶଲପୁରୀ ନିବାସୀ ରଶ୍ମି ଅରୋଡ଼ା ୨୦୦୩ ମସିହାରେ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ତ୍ରାବାଙ୍କୋର୍’ (ପରେ ଯାହା SBI ରେ ମିଶ୍ରଣ ହୋଇଥିଲା) ରେ ଏକ ଆକାଉଣ୍ଟ ଖୋଲିଥିଲେ ଏବଂ ତାଙ୍କୁ ଲକର ନମ୍ବର-୨୩ ଆବଣ୍ଟନ କରାଯାଇଥିଲା। ୨୦୧୧ ମସିହାରେ ସ୍ୱାମୀଙ୍କ ଦେହାନ୍ତ ପରେ ରଶ୍ମି ନିଜ ଝିଅ ପାଖକୁ ଲକ୍ଷ୍ନୌ ଚାଲିଯାଇଥିଲେ। ଏହି ଦୀର୍ଘ ସମୟ ମଧ୍ୟରେ ତାଙ୍କ ସଞ୍ଚୟ ଆକାଉଣ୍ଟରୁ ଲକରର ବାର୍ଷିକ ଭଡ଼ା ନିୟମିତ ଭାବେ କଟିଚାଲିଥିଲା, ଯେଉଁଥିପାଇଁ ତାଙ୍କର ବିଶ୍ୱାସ ଥିଲା ଯେ ତାଙ୍କର ସମସ୍ତ ସୁନା ଅଳଙ୍କାର ସୁରକ୍ଷିତ ଅଛି।

କିଛିଦିନ ପରେ ଯେତେବେଳେ ରଶ୍ମି ବ୍ୟାଙ୍କରେ ପହଞ୍ଚିଥିଲେ, ସେତେବେଳେ ବ୍ୟାଙ୍କ କର୍ମଚାରୀମାନେ ତାଙ୍କ ନାମରେ କୌଣସି ଲକର ଥିବା କଥା ଅସ୍ୱୀକାର କରିଥିଲେ। କିନ୍ତୁ ବହୁତ ନେହୁରା ହେବା ଏବଂ ବ୍ୟାଙ୍କ ରେକର୍ଡ ଯାଞ୍ଚ କରିବା ପରେ ତାଙ୍କର ଲକର ନମ୍ବର-୨୩ ମିଳିଥିଲା। ଗତ ଜୁଲାଇ ୨୭ ତାରିଖରେ ଯେତେବେଳେ ବ୍ୟାଙ୍କ କର୍ମଚାରୀଙ୍କ ଉପସ୍ଥିତିରେ ଲକର ଖୋଲାଗଲା, ସେତେବେଳେ ରଶ୍ମିଙ୍କ ଗୋଡ଼ ତଳୁ ମାଟି ଖସିଯାଇଥିଲା। ଲକର ଭିତରେ ଥିବା ପ୍ରାୟ ୫୦ ଲକ୍ଷ ଟଙ୍କାର ପୁରୁଣା ଏବଂ ମୂଲ୍ୟବାନ ଅଳଙ୍କାର ସମ୍ପୂର୍ଣ୍ଣ ଗାଏବ ଥିଲା। ପୀଡ଼ିତା ମହିଳା ଜଣକ ବ୍ୟାଙ୍କ ପରିଚାଳନା ଏବଂ କର୍ମଚାରୀମାନଙ୍କୁ ଏକ ବଡ଼ ଷଡ଼ଯନ୍ତ୍ରରେ ସାମିଲ କରି ଅଳଙ୍କାର ହାତେଇଥିବା ଅଭିଯୋଗ କରିଛନ୍ତି। କାନପୁର ପୋଲିସ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ସ୍ୱରୂପନଗର ପୋଲିସ ଶାଖା ପରିଚାଳକ ଏବଂ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ମାମଲା ରଜୁ କରିଛି।

ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି, ୨୦୧୧ ପରେ ରଶ୍ମି କେବେବି ବ୍ୟାଙ୍କ ଆସି ନଥିଲେ କିମ୍ବା ଲକର ଖୋଲି ନଥିଲେ। ତେବେ ତାଙ୍କ ଅନୁପସ୍ଥିତିରେ ଏବଂ ତାଙ୍କ ଚାବି ବିନା ଏହି ଲକରଟି କିଏ ଏବଂ କାହାର ନିର୍ଦ୍ଦେଶରେ ଖୋଲିଲା, ତାହା ବର୍ତ୍ତମାନ ଏକ ବଡ଼ ରହସ୍ୟ ହୋଇ ରହିଛି। ପୋଲିସ ବ୍ୟାଙ୍କର ସମସ୍ତ ଡକ୍ୟୁମେଣ୍ଟ ଏବଂ କର୍ମଚାରୀଙ୍କ ଭୂମିକାକୁ ନେଇ ତନାଘନା ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?