Posted inଜାତୀୟ

କାନପୁର ହିଂସାର ତଦନ୍ତ କରିବ ଏସ୍‌ଆଇଟି: ଲାଗିବ ଅଭିଯୁକ୍ତଙ୍କ ପୋଷ୍ଟର

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ୧୪ ଦିନିଆ ରିମାଣ୍ଡରେ ନେଇଛି। ସୋମବାର ସୁଦ୍ଧା ହିଂସାକାଣ୍ଡରେ ସମ୍ପୃକ୍ତ ୨୯ଜଣଙ୍କୁ ପୋଲିସ ଗିରଫ କରିସାରିଛି।

ଏପରିକି ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ କରାଯାଇଥିବା ପୋଲିସ କମିଶନର ବିଜୟ ସିଂ ମିନା ସୂଚନା ଦେଇଛନ୍ତି। ଏସ୍‌ଆଇଟି ଦ୍ୱାରା ଗଠିତ ୪ଟି ଦଳ ମଧ୍ୟରୁ ଗୋଟିଏ ଟିମ୍‌ ପଥର ଫିଙ୍ଗିବା ଏବଂ ବୋମା ବିସ୍ଫୋରଣରେ ସରକାରୀ ସମ୍ପତ୍ତିର କ୍ଷୟକ୍ଷତିର ତଦନ୍ତ କରୁଥିବା ବେଳେ ଅନ୍ୟ ଦଳ ସିସିଟିଭି ଫୁଟେଜ ଯାଞ୍ଚ କରି ଅଭିଯୁକ୍ତଙ୍କୁ ଚିହ୍ନଟ କରିବ। ତୃତୀୟ ଦଳ ଦଙ୍ଗାକାରୀ କେଉଁ ପେଟ୍ରୋଲ ପମ୍ପରୁ ବୋତଲରେ ପେଟ୍ରୋଲ ଆଣିଥିଲେ ତାହାର ତଦନ୍ତ କରିବ। ଅନ୍ୟପକ୍ଷେ ଚତୁର୍ଥ ଦଳ ଏପରି ଲୋକଙ୍କୁ ଚିହ୍ନଟ କରିବେ ଯେଉଁମାନେ ଦଙ୍ଗା ପୂର୍ବରୁ ଏବଂ ପରେ ସୋସିଆଲ ମିଡିଆରେ ଉତ୍ତେଜନା ମୂଳକ ପୋଷ୍ଟ କରିଥିଲେ।

ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ ସହ ସେମାନଙ୍କ ନେଟଓ୍ବାର୍କ ଠାବ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଢେଲାମାଡ଼ କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପୋଷ୍ଟର ଲଗାଯିବ। ଅଧିକ ପ୍ରମାଣ ପାଇଁ ଅଭିଯୁକ୍ତଙ୍କ ମୋବାଇଲ ମଧ୍ୟ ଯାଞ୍ଚ କରାଯିବ। ଅନ୍ୟପକ୍ଷେ ଯାଞ୍ଚବେଳେ ପ୍ରମାଣ ନଷ୍ଟ, ଡିଭିଆର୍‌ ଫୁଟେଜ୍‌ ଡିଲିଟ୍‌ କରିବା ପାଇଁ ଅଭିଯୁକ୍ତମାନେ ଉଦ୍ୟମ କରୁଥିବା ଜଣାପଡ଼ିଛି। ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସହ ମାଷ୍ଟରମାଇଣ୍ଡ ହୟାତ୍‌ ଜାଫର ହାସ୍‌ମୀଙ୍କ ଲିଙ୍କ ଥିବା ସନ୍ଦେହ କରାଯାଉଛି। ଏ ଦିଗରେ ମଧ୍ୟ ପୋଲିସ ତଦନ୍ତ ଜାରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?