ବାସହୀନଙ୍କ ଆଶୀର୍ବାଦ ନେଲେ କଂସ ଅଭିନେତା

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ ଏଥର କଂସ ଅଭିନୟ କରିବେ। ତେବେ ଧନୁଯାତ୍ରାକୁ ଆଉମାତ୍ର ୨ଦିନ ବାକି ରହି ଥିବାବେଳେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ କଂସ ଅଭିନେତା ଭୁବନେଶ୍ୱର ସସ୍ତ୍ରୀକ ବରଗଡ଼ ଘରୋଇ ବସଷ୍ଟାଣ୍ଡ ନିକଟ ସହରାଞ୍ଚଳ ବାସହୀନଙ୍କ ଆଶ୍ରୟସ୍ଥଳୀରେ ପହଞ୍ଚତ୍ଥିଲେ। ଆଶ୍ରୟସ୍ଥଳୀରେ ରହୁଥିବା ସମସ୍ତ ଅନ୍ତେବାସୀ ତାଙ୍କୁ ପୁଷ୍ପ ମାଲ୍ୟାର୍ପଣ ସହିତ ହରିବୋଲ, ହୁଳହୁଳି ଦେଇ ସ୍ବାଗତ କରିଥିଲେ। ଏହା ସହିତ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ଉତ୍ତମ ଅଭିନୟ ପାଇଁ ଅନ୍ତେବାସୀମାନେ କଂସ ଅଭିନେତା ଭୁବନେଶ୍ୱରଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ। କଂସ ଅଭିନେତା ଭୁବନେଶ୍ୱର ଆଶ୍ରୟସ୍ଥଳୀରେ ରହୁଥିବା ସମସ୍ତ ଅନ୍ତେବାସୀଙ୍କୁ ଶୀତବସ୍ତ୍ର ଏବଂ ଉପାୟନ ପ୍ରଦାନ କରିଥିଲେ। ସେହିପରି ଅନ୍ତେବାସୀଙ୍କ ସହିତ ଭୁବନେଶ୍ୱରଙ୍କ ଭାବ ବିନିମୟ ହୋଇଥିଲା। ଅନ୍ତେବାସୀମାନେ ଆଶ୍ରୟସ୍ଥଳୀରେ ସମ୍ମୁଖୀନ ହେଉଥିବା ସମସ୍ୟା ବଖାଣିଥିଲେ। ସମସ୍ତ ସମସ୍ୟାର ସମାଧାନ ନେଇ ସେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କଂସ ଅଭିନେତା ଭୁବନେଶ୍ୱର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri