କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା। ଗୋପପୁରରେ ଦୁଇଭାଇ ଯାମଳାର୍ଜୁନ ଭଗବାନ ଶ୍ରୀକୃଷ୍ଣଙ୍କ ଦ୍ୱାରା ଉଦ୍ଧାର ହୋଇଥିଲେ। ସେହିପରି ଗୋପାଳ ବାଳକଙ୍କ ଗହଣରେ ବେନିଭାଇଙ୍କ ବଣଭୋଜି, ଭଗବାନ୍‌ ଶ୍ରୀକୃଷ୍ଣଙ୍କୁ ବ୍ରହ୍ମାଙ୍କ ମୋହନ ବଇଁଶୀ ପ୍ରଦାନ ଏବଂ କାଳିନ୍ଦୀ ହ୍ରଦରେ କାଳୀୟଦଳନ ଦୃଶ୍ୟାଭିନୟ ଦର୍ଶକଙ୍କୁ ବେଶ୍‌ ଆମୋଦିତ କରିଥିଲା। କୃଷ୍ଣ ଦହିହାଣ୍ଡି ଭାଙ୍ଗିଦେବାରୁ ଯଶୋଦା ଶ୍ରୀକୃଷ୍ଣଙ୍କୁ ବୃକ୍ଷରେ ବାନ୍ଧି ଦେଇଥିବାବେଳେ ଭଗବାନ ଶ୍ରୀକୃଷ୍ଣ ଶାପଗ୍ରସ୍ତ ଦୁଇ ଗର୍ନ୍ଧବ ଭାଇ ଯାମଳାର୍ଜୁନଙ୍କୁ ମୁକ୍ତ ଦୃଶ୍ୟାଭିନୟ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଦର୍ଶକଙ୍କ ଭିଡ଼ ହୋଇଥିଲା। ଅନ୍ୟପଟେ ସବୁଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ ଏବଂ ରଙ୍ଗମହଲକୁ ପହଞ୍ଚିଥିଲେ। ଗୋପପୁରରେ ଷଡ଼ମଲ୍ଲଙ୍କ ନିଧନ ପରେ ବିବ୍ରତ ଥିବା କଂସ ମହାରାଜ ନାଚଗୀତରେ ମସ୍‌ଗୁଲ ହୋଇଥିଲେ। ପରେ ରାଜଦରବାର ଅଭିମୁଖେ କଂସ ମହାରାଜ ବାହାରିଥିଲେ। ରାଜଦରବାରରେ ପହଞ୍ଚିବା ପରେ କଂସ ମହାରାଜ ବେନିଭାଇ କୃଷ୍ଣ, ବଳରାମଙ୍କୁ କିଭଳି ହତ୍ୟା କରିବେ, ସେନେଇ ମହାମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ନାରଦଙ୍କ ପରାମର୍ଶକ୍ରମେ କରଦ ରାଜାମାନଙ୍କୁ ଆମନ୍ତ୍ରଣ କରିବା ପାଇଁ ଯୋଜନା କରିଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରାଜ ଅତିଥିଭାବେ ଯୋଗଦେଇଥିଲେ। ସୋମବାର ରାଜଦରବାରରେ ରଙ୍ଗସଭା ଏବଂ ଗୋପପୁରରେ ବସ୍ତ୍ରହରଣ ଦୃଶ୍ୟାଭିନୟ କାର୍ଯ୍ୟକ୍ରମ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri