କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା। ଗୋପପୁରରେ ଦୁଇଭାଇ ଯାମଳାର୍ଜୁନ ଭଗବାନ ଶ୍ରୀକୃଷ୍ଣଙ୍କ ଦ୍ୱାରା ଉଦ୍ଧାର ହୋଇଥିଲେ। ସେହିପରି ଗୋପାଳ ବାଳକଙ୍କ ଗହଣରେ ବେନିଭାଇଙ୍କ ବଣଭୋଜି, ଭଗବାନ୍‌ ଶ୍ରୀକୃଷ୍ଣଙ୍କୁ ବ୍ରହ୍ମାଙ୍କ ମୋହନ ବଇଁଶୀ ପ୍ରଦାନ ଏବଂ କାଳିନ୍ଦୀ ହ୍ରଦରେ କାଳୀୟଦଳନ ଦୃଶ୍ୟାଭିନୟ ଦର୍ଶକଙ୍କୁ ବେଶ୍‌ ଆମୋଦିତ କରିଥିଲା। କୃଷ୍ଣ ଦହିହାଣ୍ଡି ଭାଙ୍ଗିଦେବାରୁ ଯଶୋଦା ଶ୍ରୀକୃଷ୍ଣଙ୍କୁ ବୃକ୍ଷରେ ବାନ୍ଧି ଦେଇଥିବାବେଳେ ଭଗବାନ ଶ୍ରୀକୃଷ୍ଣ ଶାପଗ୍ରସ୍ତ ଦୁଇ ଗର୍ନ୍ଧବ ଭାଇ ଯାମଳାର୍ଜୁନଙ୍କୁ ମୁକ୍ତ ଦୃଶ୍ୟାଭିନୟ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଦର୍ଶକଙ୍କ ଭିଡ଼ ହୋଇଥିଲା। ଅନ୍ୟପଟେ ସବୁଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ ରାଜମହଲରୁ ମଥୁରା ଭ୍ରମଣରେ ବାହାରିଥିଲେ ଏବଂ ରଙ୍ଗମହଲକୁ ପହଞ୍ଚିଥିଲେ। ଗୋପପୁରରେ ଷଡ଼ମଲ୍ଲଙ୍କ ନିଧନ ପରେ ବିବ୍ରତ ଥିବା କଂସ ମହାରାଜ ନାଚଗୀତରେ ମସ୍‌ଗୁଲ ହୋଇଥିଲେ। ପରେ ରାଜଦରବାର ଅଭିମୁଖେ କଂସ ମହାରାଜ ବାହାରିଥିଲେ। ରାଜଦରବାରରେ ପହଞ୍ଚିବା ପରେ କଂସ ମହାରାଜ ବେନିଭାଇ କୃଷ୍ଣ, ବଳରାମଙ୍କୁ କିଭଳି ହତ୍ୟା କରିବେ, ସେନେଇ ମହାମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ନାରଦଙ୍କ ପରାମର୍ଶକ୍ରମେ କରଦ ରାଜାମାନଙ୍କୁ ଆମନ୍ତ୍ରଣ କରିବା ପାଇଁ ଯୋଜନା କରିଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରାଜ ଅତିଥିଭାବେ ଯୋଗଦେଇଥିଲେ। ସୋମବାର ରାଜଦରବାରରେ ରଙ୍ଗସଭା ଏବଂ ଗୋପପୁରରେ ବସ୍ତ୍ରହରଣ ଦୃଶ୍ୟାଭିନୟ କାର୍ଯ୍ୟକ୍ରମ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri