କଂସ ହେବେ ହୃଷୀକେଶ

ବରଗଡ଼ ଅଫିସ୍‌,୧୧।୧୧:ବରଗଡ଼ ଧନୁଯାତ୍ରା ମହୋତ୍ସବ କଳାକାର ଚୟନ ପ୍ରକ୍ରିୟାର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ରାତି ପ୍ରାୟ ୧୧ଟାରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଫଳାଫଳ ଘୋଷଣା କରିଛନ୍ତି। ହୃଷୀକେଶ ଭୋଇ କଂସ ଚରିତ୍ର ପାଇଁ ମନୋନିତ ହୋଇଛନ୍ତି। ସେ ଏହାପୂର୍ବରୁ ୯ଥର ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିଥିଲେ। ମାତ୍ର ଧର୍ମଶାଳା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସେ ବିବାଦୀୟ ହୋଇ ପଡ଼ିଥିଲେ ଏବଂ ପରବର୍ତ୍ତୀ ଚୟନ ପ୍ରକ୍ରିୟାରୁ ବାଦ୍‌ ପଡ଼ିଥିଲେ। ସେହିପରି ଉଗ୍ରସେନ ଭୂମିକାରେ ଅଭିନୟ କରିଆସୁଥିବା ଆର୍ତ୍ତତ୍ରାଣ ମହାପାତ୍ରଙ୍କୁ ପୁଣି ଥରେ ସୁଯୋଗ ମିଳିଛି। ନାରଦ ଏବଂ ଅକ୍ରୂର ଭୂମିକାରେ ଜଗନ୍ନାଥ ସାହୁ ମନୋନିତ ହୋଇଛନ୍ତି। ସେ ଉଭୟ ଚରିତ୍ର ମଧ୍ୟରୁ ଯେଉଁ ଚରିତ୍ରକୁ ବାଛିବେ, ସେଥିପାଇଁ ତାଙ୍କୁ ସୁଯୋଗ ଦିଆଯିବ ବୋଲି ଫଳାଫଳ ଘୋଷଣାବେଳେ ଅତିରିକ୍ତ ଜିଲାପାଳ ଟପ୍ପୋ କହିଛନ୍ତି। ସେହିପରି ବସୁଦେବ ଚରିତ୍ର ପାଇଁ ମନୋଜ କୁମାର ସାହୁ ମନୋନିତ ହୋଇଥିବାବେଳେ ଦେବକୀ ଚରିତ୍ରରେ କନକ ଡନସନା ଚୌଧୁରୀ, ମୁଷ୍ଟିକ ଚରିତ୍ରରେ ସୂର୍ଯ୍ୟ ପ୍ରକାଶ କର୍ଣ୍ଣ, ଚାଣୁର ଚରିତ୍ରରେ ମୁନେଶ ଚାନ୍ଦ ଆଚାର୍ଯ୍ୟ, ସେନାପତି ଚରିତ୍ରରେ ଦୟାନନ୍ଦ ମାଝି, ସାର୍ତ୍ତକୀ ଚରିତ୍ରରେ ସେବାନନ୍ଦ ନାଏକ, ମହାମନ୍ତ୍ରୀ ଚରିତ୍ରରେ ଗୋଲାପ ଚନ୍ଦ୍ର ଦାଶ ମନୋନିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri