କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାୟଗଡ଼ା ଏସ୍‌ପି ଶ୍ରୀ ରାଜ ପ୍ରସାଦ କଣ୍ଟାମାଳ ଓ ଶାଗବାରୀ ଗ୍ରାମ ଗସ୍ତ କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ଘଟଣାର ସରଜମିନ ତଦନ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଏପ୍ରିଲ ୬ ତାରିଖରେ ଏକ ୱାରେଣ୍ଟ ବଳରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବାକୁ ଯାଇଥିବା ବେଳେ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଥିଲା। ଏଥିରେ ଉଭୟ ପକ୍ଷରୁ ଅନେକ ଲୋକ ଆହତ ହୋଇଥିଲେ। ଏହି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ହାଇକୋର୍ଟ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

ତଦନ୍ତ ବେଳେ ସୁଙ୍ଗେର ସରପଞ୍ଚଙ୍କ ଉପସ୍ଥିତିରେ ଏସ୍‌ପି ବିଭିନ୍ନ ତଥ୍ୟ ସଂଗ୍ରହ କରିଥିଲେ ହେଁ, ତାଙ୍କର ଏହି ଗସ୍ତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିନା ପୂର୍ବ ସୂଚନାରେ ଆସିବା, ଗ୍ରାମବାସୀଙ୍କ ପାଲଟା ଅଭିଯୋଗ ଉପରେ ପର୍ଯ୍ୟାପ୍ତ ଆଲୋଚନା ନକରିବା ଏବଂ ଭିଜିଟର୍‌ ନୋଟ୍‌ରେ ଦସ୍ତଖତ ନକରି ଚାଲିଯିବାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ କ୍ଷୋଭ ଦେଖାଦେଇଛି। ମାମଲାଟି ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ନଜରରେ ଥିବାରୁ ଏହି ତଦନ୍ତ ମାଧ୍ୟମରେ ପ୍ରକୃତ ସତ୍ୟ ସାମ୍ନାକୁ ଆସିବ ବୋଲି ଅଞ୍ଚଳରେ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri