Posted inରାଜ୍ୟ

କଣ୍ଟାପଡ଼ା ନୂଆସାହି କଣ୍ଟେନମେଣ୍ଟ ଜୋନ୍‌

କଣ୍ଟାପଡ଼ା, ୨୭ା୧୨(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ କଟକ ଜିଲା କଣ୍ଟାପଡା ବ୍ଲକର ଝାରପଡା ଓ ପାଟସୁନ୍ଦରପୁର ପଞ୍ଚାୟତରେ ଶୁକ୍ରବାର ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପାଟସୁନ୍ଦରପୁର ପଞ୍ଚାୟତ ଅଧୀନ ଖଣ୍ଡସାଇଲୋ ଗ୍ରାମର ନୂଆସାହିକୁ ଶନିବାର ସକାଳ ୬ଟାରୁ ଆସନ୍ତା ଜାନୁୟାରୀ ୪ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛି। ଉକ୍ତ ସାହିକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଝାରପଡା ପଞ୍ଚାୟତରେ ଗୋଟିଏ ପରିବାରର ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ କୋଭିଡ୍‌ କେୟାର ସେଣ୍ଟରକୁ ପଠାଯାଇଥିବାବେଳେ ଅନ୍ୟ ୨ଜଣଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ଖଣ୍ଡସାଇଲୋ ଗ୍ରାମର ନୂଆସାହିରେ ୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏହି ସାହିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛି। କରୋନାରୁ ମୁକ୍ତି ପାଇଁ ଜନସାଧାରଣ ସଚେତନ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ଅତ୍ୟନ୍ତ ଜରୁରୀ ବୋଲି ଅଡ଼ଶପୁର ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବାସୁଦେବ ମାରାଣ୍ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri