ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ ଏସିଏଫ୍‌ ବିବେକ ଦାସ ଉଦଘାଟନ କରିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ଓ କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌ ସଭାପତି ଶରତ ସ୍ବାଇଁ ସଂଯୋଜନା କରିଥିଲେ। ବନ ସୁରକ୍ଷା ସମିତି କର୍ମକର୍ତ୍ତା ଏବଂ ବନ ବିଭାଗ କର୍ମଚାରୀ ମିଳିତ ଭାବେ ଦୀର୍ଘ ୧୨ କିମି ସାଇକେଲ ଓ ବାଇକ୍‌ରେ ବିଭିନ୍ନ ଗ୍ରାମ ପରିକ୍ରମା କରି ଲୋକଙ୍କୁ ସଚେତନତା କରାଇଥିଲେ। ଏହାପରେ ଲାଲସିଂ ନର୍ସରୀ ପରିସରରେ ଏକ ସଚେତନତା ସଭା ହୋଇଥିଲା। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ ସୁରକ୍ଷା ଓ ଜଙ୍ଗଲ ନିଆଁକୁ ରୋକିବାରେ ବନ ସୁରକ୍ଷା ସମିତି କର୍ମକର୍ତ୍ତାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। କଣ୍ଟେଇପଲ୍ଲୀ ବନ ସୁରକ୍ଷା ସମିତି ଏ କ୍ଷେତ୍ରରେ ଆଗୁଆ ଅଛି। ଉକ୍ତ ଭିଏସ୍‌ଏସ୍‌ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ବୋଲି ବୈଠକରେ ଯୋଗଦେଇ ଅନ୍ୟ ବକ୍ତାମାନେ କହିଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସିଏଫ୍‌ ବିବେକ ଦାସ, ଏସିଏଫ୍‌ ବିମଳ କୁମାର ପ୍ରଧାନ, ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, ଅବସରପ୍ରାପ୍ତ ରେଞ୍ଜର ପ୍ରଶାନ୍ତ କୁମାର ସାହୁ, ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସୁରେଶ ସାଇଁ, ବନ୍ୟପ୍ରାଣୀ ପ୍ରେମୀ ରମେଶ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଜଙ୍ଗଲ ନିଆଁ ରୋକିବାରେ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି କହିଥିଲେ। ତା’ହେଲେ ଯାଇ ଆମେ ନିଆଁକୁ ରୋକିପାରିବା। ଏଥିପାଇଁ ସମସ୍ତେ ସଚେତନ ହେବାକୁ ପଡ଼ିବ ବୋଲି ବକ୍ତାମାନେ କହିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri