‘କପଡ଼ାଗନ୍ଦା’ ଶାଲ୍‌, ‘ଇଡିତାଲ’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ୍‌

ବିଷମକଟକ,୩।୯(ବିଭୂତି ଭୂଷଣ ନାୟକ)ରାୟଗଡ଼ା ଜିଲା ବିଷମକଟକ ବ୍ଲକସ୍ଥିତ ନିୟମଗିରି ପାହାଡ଼ ଉପରେ ରହୁଥିବା ଜନଜାତି ଡଙ୍ଗରିଆ କନ୍ଧଙ୍କ ‘କପଡ଼ାଗନ୍ଦା’ ଶାଲ ଓ ଲାଞ୍ଜିଆ ସଉରାଙ୍କ ‘ଇଡିତାଲ’ ଚିତ୍ରକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିବ। ଖୁବ୍‌ଶୀଘ୍ର ଭୌଗୋଳିକ ସୂଚକାଙ୍କ (ଜିଆଇ) ଟ୍ୟାଗ୍‌ ପାଇବ କପଡ଼ାଗନ୍ଦା ଓ ଇଡିତାଲ। ଏହି ଖବର ପ୍ରସାରିତ ହେବା ପରେ ଜିଲାରେ ଖୁସିର ଲହରି ଖେଳିଯାଇଛି। ଏହାର ବହୁଳ ବଜାରୀକରଣ ନିମନ୍ତେ ଜିଲା ପ୍ରଶାସନ ତରଫରୁ ବ୍ୟାପକ ସୁବିଧା ସୁଯୋଗ ସୃଷ୍ଟି କରାଯିବ ବୋଲି ପ୍ରଶାସନିକ ଅଧିକାରୀମାନେ କହିଛନ୍ତି।

ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ମହିଳାଙ୍କ ଦ୍ୱାରା ବୁଣାଯାଉଥିବା ଆକର୍ଷଣୀୟ ଏମ୍ବ୍ରୋଡରି ଶାଲ୍‌ ‘କପଡ଼ାଗନ୍ଦା’କୁ ନିୟମଗିରି ଡଙ୍ଗରିଆ କନ୍ଧ ୱେଭେର୍ସ ଆସୋସିଏଶନ ଏବଂ ଗୁଣପୁର ଉପଖଣ୍ଡରେ ରହୁଥିବା ପୁଟାସିଂ ଅଞ୍ଚଳର ଲାଞ୍ଜିଆ ସଉରାଙ୍କ ଦ୍ୱାରା କାନ୍ଥରେ ଅଙ୍କାଯାଉଥିବା ସୁନ୍ଦର ‘ଇଡିତାଲ’ ଚିତ୍ରକୁ ଜିଆଇ ଟ୍ୟାଗ୍‌ ମିଳିବା ନିମନ୍ତେ ଇଡଲ ଇଡିତାଲ ଆସୋସିଏଶନ ପକ୍ଷରୁ ଜିଆଇ ଟ୍ୟାଗ୍‌ ମିଳିବା ନିମନ୍ତେ ଆବେଦନ କରାଯାଇଥିଲା। ଡଙ୍ଗରିଆ କନ୍ଧଙ୍କ କପଡ଼ାଗନ୍ଦା ଶାଲ୍‌ ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇବା ନିମନ୍ତେ ୨୦୨୦-୨୧ରେ ଆବେଦନ କରାଯାଇଥିବା ବେଳେ ୨୦୨୧-୨୨ବର୍ଷରେ ଲାଞ୍ଜିଆ ସଉରାଙ୍କ ‘ଇଡିତାଲ’ ଚିତ୍ର ନିମନ୍ତେ ଆବେଦନ କରାଯାଇଥିଲା । ଏହି ଶାଲ୍‌ ଏବଂ ଚିତ୍ରକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ନେଇ କେନ୍ଦ୍ର ସରକାରଙ୍କ ଜିଆଇ ଜର୍ନାଲରେ ପ୍ରକାଶିତ ହୋଇଛି । କପଡ଼ାଗନ୍ଦା ଶାଲ ଚାହିଦା ଅନ୍ତର୍ଜାତୀୟ ବଜାରରେ ରହିଥିବା ବେଳେ ଇଡିତାଲ ଚିତ୍ର ମଧ୍ୟ ବିଶ୍ୱସ୍ତରରେ ପ୍ରସିଦ୍ଧି ଲାଭ କରିବାରେ ଲାଗିଥିବାରୁ ଉଭୟ ଆସୋସିଏଶନ ତରଫରୁ ଜିଆଇ ଟ୍ୟାଗ୍‌ ପାଇଁ ଦାବି ହୋଇ ଆସୁଥିଲା। ଏବେ ଚେନ୍ନାଇଭିତ୍ତିକ ଭୌଗୋଳିକ ସୂଚକାଙ୍କ ରେଜିଷ୍ଟ୍ରି ଜିଆଇ ପଞ୍ଜୀକରଣ ପାଇଁ ଜାତୀୟ ସଂସ୍ଥା ନିକଟରେ ଓଡ଼ିଶା ନୟାଗଡ଼ର କଣ୍ଟେଇମୁଣ୍ଡି ବାଇଗଣ, କୋରାପୁଟର କଳାଜିରା ଭଳି ୭ଟି ଉତ୍ପାଦ ପାଇଁ ବିଜ୍ଞାପନ କରିଛି । ଯଦି କୌଣସି ବ୍ୟକ୍ତି ବା ସଂସ୍ଥାଙ୍କଠାରୁ ଏହି ୭ଟି ଉତ୍ପାଦକୁ ୪ ମାସ ଭିତରେ ବିରୋଧ ନ ହୁଏ ତେବେ ଏଗୁଡିକ ଜିଆଇ ରେଜିଷ୍ଟ୍ରିରେ ପ୍ରବେଶ ହେବ ଏବଂ ଉତ୍ପାଦ ସପକ୍ଷରେ ପଞ୍ଜୀକରଣ ପ୍ରମାଣପତ୍ର ପ୍ରଦାନ କରାଯିବ । ଏହି ସମସ୍ତ ଉତ୍ପାଦ ଖାଦ୍ୟ, ହସ୍ତତନ୍ତ ଏବଂ କୃଷି ବିଭାଗ ଅଧୀନରେ ଅନ୍ତର୍ଭୁକ୍ତ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri