Posted inଖେଳ

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ ପ୍ଲେ ଅଫ୍‌ରେ ୧୦-୦ ବ୍ୟବଧାନରେ ବ୍ରାଜିଲର ଡି ଓଲିଭରେଙ୍କୁ ପରାସ୍ତ କରିଥିଲେ। ମଧ୍ୟପ୍ରଦେଶର ଶେହୋରେରୁ ଆସୁଥିବା ୨୩ ବର୍ଷୀୟ କପିଲ ଜଣେ ଟ୍ୟାକ୍ସି ଚାଳକଙ୍କ ପୁଅ। ପିଲାଦିନେ ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଗାଁ ପଡିଆରେ ଖେଳୁଥିବା ସମୟରେ ଏକ ପାଣି ପମ୍ପରୁ ତାଙ୍କ ଦେହରେ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ବିଦ୍ୟୁତ୍‌ ଆଘାତ ଏତେ ଭୟଙ୍କର ରହିଥିଲା ଯେ, କପିଲ ୬ ମାସ ଯାଏ କୋମାରେ ରହିଥିଲେ। କୋମାରୁ ବାହାରିବା ପରେ କପିଲଙ୍କ ଦୃଷ୍ଟିଶକ୍ତି ୯୦ ପ୍ରତିଶତ ଖରାପ ହୋଇ ସାରିଥିଲା। ଦୀର୍ଘ ବର୍ଷର କଠିନ ପରିଶ୍ରମ ପରେ ପାରାଲିମ୍ପିକ୍ସରେ ପଦକ ଜିତି କପିଲ ଦେଶକୁ ଗୌରବାନ୍ବିତ କରିଛନ୍ତି।
ଚାରି ଭାଇ ଭଉଣୀଙ୍କ ମଧ୍ୟରେ କପିଲ ସବୁଠାରୁ ସାନ। ପିତା ଟ୍ୟାକ୍ସି ଡ୍ରାଇଭର ଭାବରେ କାମ କରୁଥିବା ବେଳେ ଭଉଣୀ ଏକ ପ୍ରାଥମିକ ସ୍କୁଲରେ ପାଠ ପଢାନ୍ତି। ଅନ୍ୟପକ୍ଷରେ ଗୁଜୁରାଣ ମେଣ୍ଟାଇବା ପାଇଁ ବଡ଼ ଭାଇ ଲଳିତଙ୍କ ସହ ମିଶି ଏକ ଚା’ ଦୋକାନ ଚଳାନ୍ତି କପିଲ। ଜୀବନର ସଂଘର୍ଷ ମଧ୍ୟରେ ଜୁଡୋ ପ୍ରତି ଥିବା କପିଲଙ୍କ ଭଲ ପାଇବା କମ୍‌ ହୋଇ ନ ଥିଲା। ଦୃଷ୍ଟିବାଧିତ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ଜୁଡୋରେ କପିଲ ଭାଗ ନେଉଥିବା ବେଳେ କୋଚ୍‌ ମୁନାଓ୍ବର ଅଜିଜ୍‌ ତାଙ୍କୁ ସବୁଠାରୁ ଅଧିକ ସାହାଯ୍ୟ କରିଥିଲେ। ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନରେ ଥିବା କପିଲ ସ୍ବର୍ଣ୍ଣ ଆଶା ଲକ୍ଷ୍ୟ ରଖିଥିବା ବେଳେ ବ୍ରୋଞ୍ଜରେ ସନ୍ତୁଷ୍ଟ ହେବାକୁ ପଡିଥିଲା। ତେବେ ଏହି ପଦକ ଭବିଷ୍ୟତରେ ଭାରତୀୟ ଜୁଡୋର ଭାଗ୍ୟ ପରିବର୍ତ୍ତନ କରିପାରିବ ବୋଲି କହିଛନ୍ତି କପିଲ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?