୬ଟି କେକ କାଟି ପତ୍ନୀଙ୍କ ଜନ୍ମଦିନ ପାଳନ କଲେ କମେଡି କିଙ୍ଗ

ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମା ଗୁରୁବାର ତାଙ୍କ ପତ୍ନୀ ଗିନ୍ନି ଚତରଥଙ୍କ ଜନ୍ମଦିନ ପାଳନ କରିଛନ୍ତି । ଯାହାର ଏକ ଝଲକ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି । ପତ୍ନୀଙ୍କ ଜନ୍ମଦିନକୁ ଅଭୁଲା କରିବାକୁ ଯାଇ କପିଲ କେତେ ପ୍ରସ୍ତୁତି ମଧ୍ୟ କରିଥିଲେ । ଏସମସ୍ତ ପ୍ରସ୍ତୁତି ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଥିଲା । ଜନ୍ମିଦନ ପାଳନର ଏକ ସୁନ୍ଦର ଭିଡିଓ କପିଲ ଶେୟାର କରିବା ସହ ଗିନ୍ନିଙ୍କ ଉଦ୍ଦେଶ୍ୟରେ ଏକ ସୁନ୍ଦର ନୋଟ୍ ବି ଲେଖିଛନ୍ତି । କପିଲ ଯେଉଁ ଭିଡିଓ ଶେୟାର କରିଛନ୍ତି ସେଥିରେ ଦେଖିବାକୁ ମିଳିଛି ଟେବୁଲ ଉପରେ କିଛି ରଙ୍ଗ ବେରଙ୍ଗର କେକ୍ ଥୁଆ ହୋଇଛି । ସବୁ କେକ୍ ଉପରେ ଗିନ୍ନିଙ୍କ ନାଁର ଗୋଟିଏ ଗୋଟିଏ ଆଲଫାବେଟ ଲେଖାଯାଇଛି । ଏହାସହ ସେ ଲେଖିଛନ୍ତି, ହାପି ବାର୍ଥ ଡେ, ମୋ ସାଙ୍ଗ, ମୋ ପ୍ରେମ, ମୋ ପତ୍ନୀ ଗିନ୍ନି ଚତରଥ‘ । କପିଲଙ୍କ ଏହି ପୋଷ୍ଟକୁ ଦେଖି ପ୍ରଶଂସକମାନେ ଖୁବ୍ କମେଣ୍ଟ କରୁଛନ୍ତି । କପିଲ ଶର୍ମାଙ୍କ ପତ୍ନୀ ଯଦିଓ ଏଣ୍ଟରଟେନମେଣ୍ଟ ଦୁନିଆଠାରୁ ଦୂରରେ କିନ୍ତୁ କପିଲ ବହୁବାର ତାଙ୍କ ବିଷୟରେ କମେଡି ଶୋ’ରେ ଆଲୋଚନା କରିଛନ୍ତି । କିଛିଦିନ ତଳେ କପିଲ ତାଙ୍କ ଶୋ’ର ସେଟରେ ପତ୍ନୀ ଗିନ୍ନି ଝିଅ ଅନାୟା ଓ ପୁଅ ତ୍ରିଶାନଙ୍କ ସହ ପହଞ୍ଜିଥିବା ଦେଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri