ପୂରଣ ହେଲା କପିଲଙ୍କ ଇଚ୍ଛା, ଦୀପିକାଙ୍କ ସହ ‘ମେଗା ବ୍ଲକବଷ୍ଟର’ରେ ଆସିବେ ନଜର

ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମାଙ୍କ ଭାଗ୍ୟ ଏବେ ଚମକୁଛି । ଗୋଟିଏ ପରେ ଗୋଟିଏ ପ୍ରୋଜେକ୍ଟ ଏବେ ତାଙ୍କ ହାତରେ । ଗୁରୁବାର ସନ୍ଧ୍ୟାରେ କମେଡିଆନ ଏକ ଫଟୋ ଶେୟାର କରିଛନ୍ତି । ଏହି ଫଟୋ ତାଙ୍କ ଆଗାମୀ ପ୍ରୋଜେକ୍ଟ ‘ମେଗା ବ୍ଲକବଷ୍ଟର’ର । ଏଥିରେ କପିଲଙ୍କ ଭିନ୍ନ ଲୁକକୁ ଦର୍ଶକେ ବେଶ ପସନ୍ଦ କରୁଛନ୍ତି । ଆଉ ଏହି ପ୍ରୋଜେକ୍ଟରେ କପିଲଙ୍କ ପସନ୍ଦର ଦୀପିକା ପାଦୁକୋନଙ୍କ ନାମ ସାମିଲ ହୋଇଛି । ପୋଷ୍ଟର ଶେୟାର କରି କପିଲ ଲେଖିଥିଲେ ଏହା ମୋର ପ୍ରଶଂସକଙ୍କ ପାଇଁ । ଆଶା କରୁଛି ପସନ୍ଦ ଆସିବ । କପିଲ ଏଥିରେ ଦେଶୀ ଲୁକରେ ନଜର ଆସିଛନ୍ତି । ଏହାସହ କପିଲ ଲେଖିଥିଲେ ଏହି ପ୍ରୋଜେକ୍ଟର ଟ୍ରେଲର ୪ ସେପ୍ଟେମ୍ବରରେ ଆସିବ ।
ଏହାର ଏକ ପୋଷ୍ଟର ଦୀପିକା ବି ତାଙ୍କ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି । ଏହି ପ୍ରୋଜେକ୍ଟରେ କପିଲ ଓ ଦୀପିକାଙ୍କ ବ୍ୟତୀତ ରଶ୍ମିକା ମନ୍ଦାନା, ତ୍ରିଶା କ୍ରିଷ୍ଣନ, କ୍ରିକେଟର ରୋହିତ ଶର୍ମା ଓ ସାଉଥ ଆକ୍ଟର କାର୍ଥି ସାମିଲ ହୋଇଛନ୍ତି । ଏବେ ଏହି ପ୍ରୋଜେକ୍ଟକୁ ନେଇ ଦୀପିକା ଓ କପିଲଙ୍କ ପ୍ରଶଂସକମାନେ ଉତ୍ସାହିତ ହୋଇଯାଇଛନ୍ତି । ହେଲେ ପ୍ରୋଜେକ୍ଟ ଅସଲରେ କ’ଣ ତାହା ସେପ୍ଟେମ୍ବର ୪ରେ ଜଣାପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri