ଅକ୍ଷୟ କୁମାରଙ୍କୁ ଏମିତି ଉପହାର ଦେଲେ କପିଲ ଶର୍ମା, ଦର୍ଶକ ହେଲେ ଆଶ୍ଚର୍ଯ୍ୟ

ବଲିଉଡର ଖିଲାଡି ଅକ୍ଷୟ କୁମାର ବହୁ ପ୍ରତୀକ୍ଷିତ ‘ଲକ୍ଷ୍ମୀ ବମ୍‌’ର ପ୍ରମୋସନରେ ଏବେ ବ୍ୟସ୍ତ ଅଛନ୍ତି। ଚଳିତ ସପ୍ତାହରେ ଅକ୍ଷୟ ଟିଭି ଶୋ’ ‘ଦ କପିଲ ଶର୍ମା ଶୋ’ରେ ଫିଲ୍ମର ପ୍ରମୋଶନ କରିବେ। ଅକ୍ଷୟ କୁମାରଙ୍କ ସହ କିଆରା ଆଡଭାନୀ ଏବଂ ରିଅଲ ଲକ୍ଷ୍ମୀ ମଧ୍ୟ ନଜର ଆସିବେ। ଶୋ’ରେ କପିଲ ଶର୍ମଙ୍କ ସହ ଖୁବ୍‌ ମସ୍ତି କରୁଥିବା ନଜର ଆସିବେ ଅକ୍ଷୟ। ଶୋ’ର ଆଗାମୀ ଏପିସୋଡର ଏକ ପ୍ରୋମୋ ରିଲିଜ ହୋଇଛି। ଏହି ପ୍ରମୋରେ ଅକ୍ଷୟ ଏବଂ କପିଲ ଏକାଠି ମଜା କରୁଥିବା ନଜର ଆସିଛନ୍ତି।ଏହି ସମୟରେ କପିଲ ଅକ୍ଷୟ କୁମାରଙ୍କୁ ଏକ ନୋଟ ଗଣନା ମେସିନ ଉପହାର ଦେଇଛନ୍ତି। ପରେ ଅକ୍ଷୟ କହିଛନ୍ତି ଯେ ଏହି ନୋଟ ଗଣନା ମେସିନ କପିଲ ମୋତେ ତାଙ୍କ ଘରୁ ଆଣି ଦେଇଛନ୍ତି। ଏହାର ଅର୍ଥ ସେ ଇଣ୍ଡଷ୍ଟ୍ରିର ଅଧା ଟଙ୍କା ଖାଉଛନ୍ତି। ଅକ୍ଷୟ ଏବଂ କପିଲଙ୍କ ମଧ୍ୟରେ ସମ୍ପର୍କ ବହୁତ ପୁରୁଣା। ଅକ୍ଷୟ ପ୍ରତିଥର ନିଜ ଫିଲ୍ମ ରିଲିଜ୍‌ ପୂର୍ବରୁ କପିଲଙ୍କ ଶୋ’କୁ ଯା’ନ୍ତି। ଅକ୍ଷୟଙ୍କ ଫିଲ୍ମ ଆସନ୍ତା ନଭେମ୍ବର ୯ ରେ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିବାର କାର୍ଯ୍ୟକ୍ରମ ରହିଛି। ହଟଷ୍ଟାର ବ୍ୟତୀତ ଅଷ୍ଟ୍ରେଲିଆ, ନ୍ୟୁଜିଲ୍ୟାଣ୍ଡ ଏବଂ ୟୁଏଇର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ରାଘବ ଲରେନ୍ସଙ୍କ ନିର୍ଦ୍ଦେଶିତ ଏହି ହରର୍‌-କମେଡି ଫିଲ୍ମରେ ଅକ୍ଷୟ କୁମାର ଜଣେ ଟ୍ରାନ୍ସଜେଣ୍ଡର ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri