ସମୁଦ୍ରକୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କପିଲ ଶର୍ମା:ଏହି ଅଭିନେତା କରିଥିଲେ ରକ୍ଷା

କମେଡି କିଙ୍ଗ୍‌ କପିଲ ଶର୍ମାଙ୍କ ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ତାଙ୍କ କମେଡି ଦେଖିବାକୁ ଦର୍ଶକ ଚାହଁ ବସିଥାନ୍ତି। ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଖରାପ ସମୟ ଆସେ, କପିଲଙ୍କ ଜୀବନରେ ମଧ୍ୟ ସେମିତି ଏକ ଖରାପ ଦିନ ଆସିଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ସେ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ।
କପିଲ କଠିନ ପରିଶ୍ରମ ଆଧାରରେ ବହୁତ କିଛି ହାସଲ କରିଛନ୍ତି। କିନ୍ତୁ ତାଙ୍କ ଜୀବନରେ ଅନେକ ଉତ୍ଥାନ-ପତନ ଘଟିଥିଲା ଏବଂ ଏହି ସମୟରେ ସେ ଆତ୍ମହତ୍ୟା ବିଷୟରେ ଚିନ୍ତା କରିବା ଆରମ୍ଭ କରିଥିଲେ। ତା’ପରେ ଅଭିନେତା ଶାହାରୁଖ ଖାନ ତାଙ୍କ ଜୀବନରେ ଦେବଦୂତ ସାଜିଥିଲେ। ଅସୁବିଧା ସମୟରୁ କପିଲଙ୍କୁ ବାହାର କରିଥିଲେ ଶାହରୁଖ। କପିଲ ଶର୍ମା ଏକ ସାକ୍ଷାତକାର ସମୟରେ ଏହା କହିଛନ୍ତି। ଦିନ ଥିଲା ଅତ୍ୟଧିକ ମଦ୍ୟପାନ ଯୋଗୁ ତାଙ୍କ କ୍ୟାରିୟର୍‌ ନଷ୍ଟ ହେବା ସ୍ଥିତିରେ ଥିଲା। ପରିସ୍ଥିତି ଏପରି ହୋଇଥିଲା ଶୋ’ ଦର୍ଶକ ଆସିବାକୁ ପସନ୍ଦ କରୁ ନ ଥିଲେ। ଏହି ସମୟରେ କପିଲଙ୍କ ଜଣେ ବନ୍ଧୁ ସମୁଦ୍ର ନିକଟ ଆପାର୍ଟମେଣ୍ଟରେ ରହିବାକୁ ପରାମର୍ଶ ଦେଇଥିଲେ। ଏହଥିରେ ହୋଇ ସେଠାରେ ରହିବାକୁ ଲାଗିଲେ। କିନ୍ତୁ ଏପରି ଏକ ଦିନ ଥିଲା, ଯେଉଁ ଦିନ ସେ ସମୁଦ୍ରକୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହଁିଥିଲେ। ଶାହାରୁଖ ଏହି ଅସୁବିଧାରୁ ତାଙ୍କୁ ରକ୍ଷା କରିଥିଲେ। ତାଙ୍କ ସାହାଯ୍ୟରେ ସେ ପୁଣି ଟ୍ରାକକୁ ଫେରିଥିଲେ। ଶାହାରୁଖ ତାଙ୍କୁ ମାନସିକ ଏବଂ ଶାରୀରିକ ସ୍ତରରେ ମାର୍ଗଦର୍ଶନ କରିଛନ୍ତି ବୋଲି କହନ୍ତି କପିଲ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri