ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କପିଲ ଶର୍ମା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଜି ଅପରାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ହାସ୍ୟ ଅଭିନେତା କପିଲ ଶର୍ମା । ଭୁବନେଶ୍ୱରରେ କିଛି ଦିନ ହେବ କପିଲ ଏକ ଫିଲ୍ମ ଶୁଟିଂ କରୁଛନ୍ତି। ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଅନେକ ଆଲୋଚନା କରିଛନ୍ତି କପିଲ ଶର୍ମା। ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ଫିଲ୍ମରେ ଅଭିନୟ କରୁଛନ୍ତି ବଲିଉଡ଼ର କମେଡ଼ି କିଙ୍ଗ କପିଲ ଶର୍ମା। ପ୍ରାୟ ମାସେ ହେବ ଭୁବନେଶ୍ୱରରେ ଫିଲ୍ମ ଶୁଟିଂ ଚାଲିଥିଲା ।