ଘରେ ବସି କପିଲ ଶର୍ମାଙ୍କ କମେଡି ଶୋ’ରେ ନେଇପାରିବେ ଭାଗ, ଜାଣନ୍ତୁ କେମିତି

ଲକ୍‌ଡାଉନ୍‌ ଯୋଗୁ ଗତ ମାର୍ଚ୍ଚ ମାସରୁ ସମସ୍ତ ଟିଭି ସିରିଏଲ ଶୁଟିଂ ବନ୍ଦ ରହିଛି। ପାଖାପାଖି ୪ ମାସ ପରେ ଏବେ ଧୀରେ ଧୀରେ ଶୁଟିଂ ଆରମ୍ଭ ହୋଇଛି। ଏହି କ୍ରମରେ ଲୋକପ୍ରିୟ କମେଡି ଶୋ’ କପିଲ ଶର୍ମା କମେଡିର ଶୁଟିଂ ପୁଣି ଆରମ୍ଭ ହୋଇଛି। କରୋନା ଯୋଗୁ ଶୋ’ର ଶୁଟିଂରେ କିଛି ସତର୍କତା ଅବଲମ୍ବନ କରାଯାଇଛି। ସାମାଜିକ ଦୂରତାକୁ ଦୃଷ୍ଟିରେ ରଖି ଏଥର ଶୋ’ରେ ଲାଇଭ୍‌ ଅଡିଏନ୍ସଙ୍କୁ ଦେଖିବାକୁ ମିଳିବନି। କିନ୍ତୁ ଯେଉଁ ଦର୍ଶକ ଶୋ’ରେ ଭାଗ ନେବାକୁ ଇଚ୍ଛା ପ୍ରକାଶ କରିବେ ସେମାନଙ୍କ ପାଇଁ ଏକ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏନେଇ କପିଲ ଟୁଇଟ କରି କହିଛନ୍ତି, ନମସ୍କାର ବନ୍ଧୁଗଣ, ବର୍ତ୍ତମାନ ଆପଣ ସମସ୍ତେ ଘରୁ ଭିଡିଓ କଲ ସାହାଯ୍ୟରେ କପିଲ ଶର୍ମା ଶୋ’ର ଏକ ଅଂଶ ହୋଇପାରିବେ। ତୁମକୁ କେବଳ ଏକ ଇଣ୍ଟ୍ରୋ ଭିଡିଓ ତିଆରି କରିବାକୁ ପଡିବ। ଯେଉଁଥିରେ ତୁମେ ତୁମର ନାମ, ସହର ନାମ କହିପାରିବ। ଏହାକୁ ଇନଷ୍ଟାଗ୍ରାମରେ ଅପଲୋଡ କରି ମୋତେ ଏବଂ @tkssaudience କୁ ଟ୍ୟାଗ କରନ୍ତୁ। ତା’ପରେ ଆମ ଟିମ୍‌ ଏହି ଭିଡିଓ ଦେଖି ତୁମ ସହିତ ଲାଇଭ୍‌ କଥାବାର୍ତ୍ତା କରିବେ। ଏହି ଟୁଇଟ ସହିତ କପିଲ ମଧ୍ୟ ତାଙ୍କ ଭିଡିଓ ଅପଲୋଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri