ସଲମାନ୍‌ ଖାନ୍‌, ଶାହାରୁଖ୍‌ ଖାନ୍‌ଙ୍କୁ ପଛରେ ପକାଇଲେ କପିଲ ଶର୍ମା

କପିଲ ଶର୍ମା, କମେଡି ଦୁନିଆର ଏକ ବଡ଼ ନାମ। ଯିଏକି କଠିନ ପରିଶ୍ରମ ମାଧ୍ୟମରେ ଆଜି ସଫଳତାର ଶୀର୍ଷରେ ପହଞ୍ଚି ପାରିଛନ୍ତି। ଜଣେ କନ୍‌ଷ୍ଟେବଳଙ୍କ ପୁଅ କପିଲ ଏବେ ବର୍ଷକୁ ୩୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆୟ କରୁଛନ୍ତି। ତେବେ ବିଳାସମୟ କ୍ଷେତ୍ରରେ କପିଲ ସଲମାନ୍‌ ଖାନ୍‌ ଏବଂ ଶାହାରୁଖ୍‌ ଖାନ୍‌ଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି। କପିଲଙ୍କ ଭ୍ୟାନିଟି ଭ୍ୟାନ୍‌ର ମୂଲ୍ୟ ସଲମାନଙ୍କ ଭ୍ୟାନିଟି ଭ୍ୟାନ୍‌ଠାରୁ ୩ ଗୁଣା ଅଧିକ ହୋଇଥିବା ବେଳେ ଖୁବ୍‌ ବିଳାସପୂର୍ଣ୍ଣ ମଧ୍ୟ। କପିଲ ଏହାକୁ ୫.୫ କୋଟି ଟଙ୍କାରେ କିଣିଥିଲେ। ତେବେ ଶାହାରୁଖ୍‌ଙ୍କ ଭ୍ୟାନିଟି ଭ୍ୟାନ୍‌ର ମୂଲ୍ୟ ପ୍ରାୟ ୪ କୋଟି ଟଙ୍କା ହୋଇଥିବା ବେଳେ ସଲମାନ୍‌ଙ୍କର ୧.୫ କୋଟି ଟଙ୍କା। କପିଲ ତାଙ୍କର ଏହି ଭ୍ୟାନିଟି ଭ୍ୟାନ୍‌ଟିକୁ ୨୦୧୮ରେ କିଣିଥିଲେ। ଏହାକୁ ଡିସି ଦ୍ୱାରା ଡିଜାଇନ କରାଯାଇଛି। ବଲିଉଡ୍‌ର ସବୁଠାରୁ ମହଙ୍ଗା ଭ୍ୟାନିଟି ଭ୍ୟାନ୍‌ ମଧ୍ୟରୁ କପିଲଙ୍କର ଏହି ଭ୍ୟାସ ଅନ୍ୟତମ। କପିଲଙ୍କ ଏହି ଭ୍ୟାନିଟି ଭ୍ୟାନ୍‌କୁ ଦେଖିଲେ କୌଣସି ହଲିଉଡ୍‌ ଫିଲ୍ମରେ ଦିଆଯାଇଥିବା ସ୍ପେଶାଲ ଇଫେକ୍ଟ ଦ୍ୱାରା ତିଆରି ହୋଇଥିବା ମନେହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri