Posted inଜାତୀୟ

ଚିନ୍ତାରେ କପିଲ

ନୂଆଦିଲ୍ଲୀ,୩୦।୮: କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ଯେଉଁ ଚିଠି ଲେଖାଯାଇଥିଲା ଏବେ ପର୍ଯ୍ୟନ୍ତ ଏହାର ସମାଧାନ ହୋଇ ପାରୁନାହିଁ। ଚିଠି ଲେଖି ଥିବା କଂଗ୍ରେସ ନେତାଙ୍କ ମଧ୍ୟରେ ଜଣେ ଥିଲେ ବରିଷ୍ଠ ନେତା କପିଲ ଶିବଲ। ଏବେ ସେ ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ସେ କହିଛନ୍ତି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ତାଙ୍କ ଦ୍ୱାରା ଉଠାଯାଇଥିବା କଥାର ନା କିଛି ସମାଧାନ ହେଲା ନା ଏହାକୁ ବିଚାରକୁ ନିଆଗଲା। ଏମିତିକି ଚିଠି ଲେଖା ପ୍ରସଙ୍ଗକୁ ନେଇ କେହି ନେତା ବି ମୁହଁ ନ ଖୋଲିବା ଆଉ ଏକ ଚିନ୍ତାର ବିଷୟ ବୋଲି ସେ କହିଛନ୍ତି। ସେ କହିଛନ୍ତି ଏହି ସମୟରେ ଦଳକୁ ଜଣେ ପୂର୍ବତନ ଅଧ୍ୟକ୍ଷ ଆବଶ୍ୟକ। ଏହାସହ ଚିଠିରେ ଲେଖାଯାଇଥିବା ସମସ୍ୟା ଗୁଡିକର ତୁରନ୍ତ ସମାଧାନ ହେବା ଦରକାର। ସେ କହିଛନ୍ତି କଂଗ୍ରେସ ସବୁବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ସମ୍ବିଧାନ ପାଳନ କରୁ ନ ଥିବା ଓ ଲୋକତନ୍ତ୍ରକୁ ନଷ୍ଟ କରୁଥିବା ଅଭିଯୋଗ ଆଣୁଛି। ହେଲେ ଆମେ କ’ଣ କରୁଛୁ ବୋଲି ସେ ପ୍ରଶ୍ନ କରିଛନ୍ତି। ଆମକୁ ବି ସମ୍ବାଧାନର ପାଳନ କରିବା ଆବଶ୍ୟକ। ତେବେ ବୈଠକରେ କାହିଁକି ଚିଠିରେ ଲେଖାଯାଇଥିବା କଥା ଆଲୋଚନା ନ ହେଲା ବୋଲି ସେ ଚିନ୍ତା ପ୍ରକଟ କରିଛନ୍ତି। ଆଉ ଯଦି ସେଥିରେ କିଛି ଭୁଲ୍‌ ଥିଲା ତାକୁ ନେଇ ପ୍ରଶ୍ନ କରାଯାଉନି କାହିଁକି। କିନ୍ତୁ ଆମକୁ ଅସନ୍ତୁଷ୍ଟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri