Posted inଜାତୀୟ

ହାଇକମାଣ୍ଡଙ୍କୁ ପ୍ରଶ୍ନ କଲେ ସିବଲ

ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସରେ ଚାଲିଥିବା ସଂଘର୍ଷକୁ ନେଇ ଏବେ ସାରା ଦେଶରେ କଂଗ୍ରେସ ପାର୍ଟି ଚିନ୍ତାରେ ପଡିଯାଇଛି । ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ କହିଛନ୍ତି ଲୋକେ କଂଗ୍ରେସ ଛାଡି ଚାଲିଯାଉଛନ୍ତି । ଏବେ ସମୟ ଆସିଛି ଚିନ୍ତା କରିବାର ଯେ ଦଳକୁ କିଭଳି ମଜଭୁତ କରାଯିବ । ସେ କହିଛନ୍ତି ଆମ ଦଳରେ ବର୍ତ୍ତମାନ କେହି ଅଧ୍ୟକ୍ଷ ନାହାନ୍ତି । ହେଲେ କିଏ ସବୁ କଥାର ନିଷ୍ପତ୍ତି ଦେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି । ଆମେ ଜାଣିଛୁ ପୁଣି ଜାଣିନୁ ଆମେ ଏବେ କାହିଁକି ଏଭଳି ପରିସ୍ଥିତିରେ ପହଞ୍ଚିଛୁ । ଏଥିପାଇଁ ସିଡବ୍ଲୁସି ବୈଠକ ଡାକିବା ଜରୁରୀ ତା’ହେଲେ ଯାଇ ଖୋଲାଖୋଲି ଆଲୋଚନା ହୋଇ ପାରିବ । ଯାହା ସାର୍ବଜନିକ ଭାବେ ହୋଇ ପାରୁ ନାହିଁ । ଯଦି ଦଳରେ ଅଧ୍ୟକ୍ଷ ଥାଆନ୍ତେ ନିର୍ବାଚିତ ସିଡବ୍ଲସି ଥାଆନ୍ତେ ତେବେ ଏମିତି ଘଟଣା ଘଟନ୍ତା ନାହିଁ । ଦେଶ ହେଉ ଅବା ଦଳ ଏଥିରେ ଏକାଧିକାର ହେବା ଅନୁଚିତ ବୋଲି ସିବଲ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ମୋଭଳି କଂଗ୍ରେସ ନେତାଙ୍କ ପାଇଁ କହୁଛି ଯେଉଁମାନେ ଗତବର୍ଷ ଅଧ୍ୟକ୍ଷ ପଦ ଓ ସିଡବ୍ଲୁସି ନିର୍ବାଚନକୁ ନେଇ ଚିଠି ଲେଖିଥିଲେ । କଂଗ୍ରେସ ଆଜିର ସ୍ଥିତି ମୋ ହୃଦୟକୁ ଭାଙ୍ଗି ଦେଇଛି । ଦେଶ ବର୍ତ୍ତମାନ ବହୁ ସମସ୍ୟାର ସମ୍ମୁଖୀନ ହେଉଛି । ଚାଇନା ଆମ ସୀମାରେ ପ୍ରବେଶ ଉଦ୍ୟମ କରୁଛି, ଆଫଗାନିସ୍ତାନକୁ ନେଇ ସରକାରଙ୍କ ନୀତି ଉପରେ ପ୍ରଶ୍ନ ଉଠୁଛି, ଗରିବ ଓ ବେକାରି ବଢିବାରେ ଲାଗିଛି । ଏବେ ଆମକୁ ଲଢିବା ଦରକାର । ହେଲେ ଆମ ନେତା ଆମକୁ ଛାଡି ଚାଲିଯାଉଛନ୍ତି । ଏହାକୁ ନେଇ ସିବଲ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଏବେ କଂଗ୍ରେସ ଏକାଠି ହୋଇ ଲଢିବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri