Posted inଜାତୀୟ

ଲଖିମପୁର ଖେରି ଘଟଣାରୁ ନଜର ହଟାଇବା ପାଇଁ ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାକୁ କରାଯାଉଛି ହାଇଲାଇଟ୍‌: ସିବଲ

ନୂଆଦିଲ୍ଲୀ,୧୫ ।୧୦: ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଶୁକ୍ରବାର ସେ ଏକ ଟୁଇଟ୍ କରି କେନ୍ଦ୍ର ସରକାରଙ୍କୁ ଅଭିଯୋଗ କରିଛନ୍ତି । ସବିଲ କହିଛନ୍ତି ଲଖିମପୁର ଖେରି ଘଟଣାରୁ ନଜର ହଟାଇବା ପାଇଁ ଶାସକ ଦଳ ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାକୁ ହାଇଲାଇଟ୍ କରୁଛନ୍ତି । ସୂଚନାଯୋଗ୍ୟ, ଅକ୍ଟୋବର ୩ରେ ଉତ୍ତର ପ୍ରଦେଶ ଲଖିମପୁର ଖେରିରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ଆନ୍ଦୋଳନରତ କୃଷକଙ୍କ ଉପରେ ଗାଡି ମଡାଇ ଦେବାରୁ ୪ କୃଷକଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ହାଇଥିଲା । ଏପଟେ ମୁମ୍ବାଇରୁ ଗୋଆ ଯାଉଥିବା ଏକ ସିପରେ ଚାଲିଥିବା ଡ୍ରଗ୍ସ ପାର୍ଟିରେ ସାମିଲ ଥିବା ବଲିଉଡ କଳାକାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କୁ ଡ୍ରଗ୍ସ ବ୍ୟବହାର କରିବା ଅଭିଯୋଗରେ ଗିରଫ କରାଯାଇଥିଲା । ହେଲେ ନାର୍କୋଟିକ୍ସ ବ୍ୟୁରୋ ଇନଭେଷ୍ଟିଗେଶନ ଆର୍ଯ୍ୟନ ଡ୍ରଗ୍ସ ରଖିବା ବା ବ୍ୟବହାର କରିବାର କୌଣସି ପ୍ରମାଣ ପାଇ ନ ଥିବା ବେଳେ କେନ୍ଦ୍ର ସରକାର କିନ୍ତୁ ସାଧାରଣ ଜନତାଙ୍କ ନଜରରୁ ସଫଳତାପୂର୍ଣ୍ଣ ଲଖିମପୁର ଖେରି ଘଟଣାକୁ ଏଡାଇ ଦେଇଛନ୍ତି ବୋଲି ସିବଲ ଅଭିଯୋଗ କରିଛନ୍ତି । ଆଉ ଏକ ଟୁଇଟରେ ସିବଲ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ(ଜିଏଚଆଇ) ଭୋକିଲା ତାଲିକାରେ ଭାରତର ସ୍ଥାନ ୧୦୧ ଥିବା ଦର୍ଶାଇ କହିଛନ୍ତି ମୋଦି ସରକାର ଏହା ଉପରେ ଧ୍ୟାନ ଦିଅନ୍ତୁ । ଡିଜିଟାଲ ଇଣ୍ଡିଆକୁ ନେଇ ସେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri