Posted inଜାତୀୟ

‘ଭାଜପା, ଆର୍‌ଏସ୍‌ଏସ୍‌ ଭାଷାରେ କଥା ହେଉଛନ୍ତି କପିଲ ସିବଲ’

ନୂଆଦିଲ୍ଲୀ,୧୫।୩: କଂଗ୍ରେସ ଓ୍ବାର୍କିଂ କମିଟି (ସିଡ୍ଲ୍ୟୁସି)ବୈଠକ ପରେ ପୁଣି ଥରେ କଂଗ୍ରେସରେ ଆନ୍ତଃ କନ୍ଦଳ ଦେଖାଦେଇଛି। ଦଳର ବରିଷ୍ଠ ନେତା କପିଲ ସିବଲ ଭାଜପା ଏବଂ ଆର୍‌ଏସ୍‌ଏସ୍‌ ଭାଷାରେ କଥା ହେଉଥିବା କହିଛନ୍ତି ଲୋକସଭା ନେତା ମାନିକାମ ଟାଗୋର।

“ଭାଜପା ଏବଂ ଆର୍‌ଏସ୍‌ଏସ୍‌ କାହିଁକି ନେହରୁ-ଗାନ୍ଧୀ ପରିବାରଙ୍କୁ ନେତୃତ୍ୱଠାରୁ ଦୂରେଇ ରଖିବାକୁ ଚାହୁଁଛନ୍ତି? କାରଣ ଗାନ୍ଧୀ ପରିବାରର ନେତୃତ୍ୱ ବିନା କଂଗ୍ରେସ, ଜନତା ପାର୍ଟି ହୋଇଯିବ। କଂଗ୍ରେସକୁ ହତ୍ୟା କରିବା ସହଜ। କିନ୍ତୁ ଭାରତୀୟ ଧାରଣକୁ ଧ୍ୱଂସ କରିବା ସହଜ ନୁହେଁ। କପିଲ ସିବଲ ସବୁ ଜାଣିଛନ୍ତି ହେଲେ ସେ ଆର୍‌ଏସ୍‌ଏସ୍‌, ଭାଜାପା ଭାଷାରେ କଥା ହେଉଛନ୍ତି ” ବୋଲି ରାହୁଲ ଗାନ୍ଧୀଙ୍କ ଘନିଷ୍ଠ ଭାବେ ଜଣାଶୁଣା ଟାଗୋର ଟୁଇଟ୍‌ କରିଛନ୍ତି।

ନିକଟରେ ଏକ ସାକ୍ଷାତ୍‌କାରରେ ଭେଟେରାନ କଂଗ୍ରେସ କପିଲ ସିବଲ କହିଥିଲେ, ମୁଁ ଚାହେଁ ସମସ୍ତଙ୍କ କଂଗ୍ରେସ। କିନ୍ତୁ କିଛି ଘରର କଂଗ୍ରେସ ଚାହୁଁଛନ୍ତି। ସେ ଏଭଳି କହି ଗାନ୍ଧୀ ପରିବାରକୁ ପଦ ଛାଡ଼ିବା ସହ ଅନ୍ୟ ନେତାଙ୍କୁ କଂଗ୍ରେସର ଦାୟିତ୍ୱ ହସ୍ତାନ୍ତରକୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri