ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଜାଗର ଯାତ୍ରା ପୂର୍ବରୁ ଏହାକୁ ଲୋକାର୍ପିତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି, ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ଶନିବାର ନିର୍ମାଣାଧୀନ ଭକ୍ତ ନିବାସ ସମେତ ଶୌଚାଳୟ ବ୍ୟବସ୍ଥା ପରିଦର୍ଶନ କରିଥିଲେ।
ପ୍ରସିଦ୍ଧ କପିଳାସ ପୀଠରେ ସ୍ବଳ୍ପଖର୍ଚ୍ଚରେ ଶ୍ରଦ୍ଧାଳୁଙ୍କ ରହିବା ଲାଗି କୌଣସି ସୁବିଧା ନ ଥିଲା। ଦୂରଦୂରାନ୍ତରୁ ଆସୁଥିବା ପର୍ଯ୍ୟଟକ ହଇରାଣ ହେଉଥିଲେ। ବହୁବାର ଦୃଷ୍ଟି ଆକର୍ଷଣ କରିବା ପରେ ଜିଲା ପ୍ରଶାସନର ସହାୟତାରେ ଦେବୋତ୍ତର ବିଭାଗ ପକ୍ଷରୁ ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। କପିଳାସ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଅନୁମୋଦିତ ୧ କୋଟି ଟଙ୍କା ଅନୁଦାନରୁ ଭକ୍ତ ନିବାସ, ମହିଳା ଓ ପୁରୁଷଙ୍କ ପାଇଁ ପୃଥକ୍‌ ଶୌଚାଳୟ ନିର୍ମାଣ ଚାଲିଛି। ଶୌଚାଳୟ ନିର୍ମାଣ ଲାଗି ୪୦ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି। ସେହିପରି ଭକ୍ତ ନିବାସରେ ପ୍ରାୟ ୧୦୦ଜଣ ଯାତ୍ରୀ ରହିବା ସୁବିଧା କରାଯାଉଛି। ଏ ସଂକ୍ରାନ୍ତରେ ଜିଲା ଦେବୋତ୍ତର ଅଧିକାରୀ କୁହନ୍ତି, ଭକ୍ତ ନିବାସ ଏବଂ ଶୌଚାଳୟ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଜାଗରଯାତ୍ରା ପୂର୍ବରୁ ଏହି ଦୁଇଟି ପ୍ରକଳ୍ପକୁ ଲୋକାର୍ପିତ କରାଯିବାର ଲକ୍ଷ୍ୟ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri