ଫେବୃୟାରୀ ୧୮ରେ କପିଳାସ ଜାଗରଯାତ୍ରା: ପ୍ରାତଃ ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ,୧୩।୧: କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ କପିଳାସରେ ଆସନ୍ତା ଫେବୃୟାରୀ ୧୮ରେ ହେବ ପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ଶୃଙ୍ଖଳିତ କରିବା ଲାଗି ଗୁରୁବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜପୁରୋଧାଙ୍କ ଦ୍ୱାରା ଧାର୍ଯ୍ୟ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାତଃ ୩ଟା ୫୫ରେ ମହାଦୀପ ଉଠିବ। ଏହି ନୀତି ୪ଟା ୯ ସୁଦ୍ଧା ଶେଷ ହେବ ବୋଲି ସ୍ଥିରୀକୃତ ହୋଇଛି।
ଚଳିତବର୍ଷ କରୋନା ପ୍ରଭାବହୀନ ଥିବାରୁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି। ତେଣୁ ମହାଦେବଙ୍କ ଏହି ଯାତ୍ରାକୁ ଶୃଙ୍ଖଳିତ କରିବା ଲାଗି ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯିବ। ବାରବାଙ୍କ ଘାଟି ରାସ୍ତା, ପାହାଚ ରାସ୍ତା, ମନ୍ଦିର ଭିତର ବେଢ଼ା, ପୀଠ ପରିସର, ବଡ଼ଦାଣ୍ଡ, ଶିଖରରେ ଆଲୋକ ବ୍ୟବସ୍ଥା କରାଯିବ। ଗାଡ଼ି ପାର୍କିଂ ପାଇଁ ଭଡ଼ା ଧାର୍ଯ୍ୟ ହେବ। ଦର୍ଶକମାନେ ଏଲ୍‌ଇଡି ମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବେ। ପରିମଳ, ଜଳଯୋଗାଣ, ଅଗ୍ନି ନିର୍ବାପକ, ଅସ୍ଥାୟୀ ଦୋକାନ, ଶୌଚାଳୟ, ଆଶୁ ଚିକିତ୍ସା, କଣ୍ଟ୍ରୋଲ ରୁମ ସ୍ଥାପନ ଆଦି ବିଷୟରେ ଆଲୋଚନା କରାଯାଇଛି। ଏଥର ମଧ୍ୟ ପୀଠକୁ ପଲିଥିନ ବାରଣ କରାଯାଇଛି। ପୀଠର ପାଦଦେଶରେ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଜାଗରଯାତ୍ରା ସମ୍ପନ୍ନ କରିବା ଲାଗି ଜିଲାପାଳ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।
ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ଏଥିରେ ସ୍ଥାନୀୟ କଲେଜର ୫୦ ଛାତ୍ରୀଛାତ୍ରଙ୍କ ସହଯୋଗ ନିଆଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶ ଚାନ୍ଦ ଗୋଗିନେନି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri