ଫେବୃୟାରୀ ୧୮ରେ କପିଳାସ ଜାଗରଯାତ୍ରା: ପ୍ରାତଃ ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ,୧୩।୧: କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ କପିଳାସରେ ଆସନ୍ତା ଫେବୃୟାରୀ ୧୮ରେ ହେବ ପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ଶୃଙ୍ଖଳିତ କରିବା ଲାଗି ଗୁରୁବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜପୁରୋଧାଙ୍କ ଦ୍ୱାରା ଧାର୍ଯ୍ୟ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାତଃ ୩ଟା ୫୫ରେ ମହାଦୀପ ଉଠିବ। ଏହି ନୀତି ୪ଟା ୯ ସୁଦ୍ଧା ଶେଷ ହେବ ବୋଲି ସ୍ଥିରୀକୃତ ହୋଇଛି।
ଚଳିତବର୍ଷ କରୋନା ପ୍ରଭାବହୀନ ଥିବାରୁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି। ତେଣୁ ମହାଦେବଙ୍କ ଏହି ଯାତ୍ରାକୁ ଶୃଙ୍ଖଳିତ କରିବା ଲାଗି ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯିବ। ବାରବାଙ୍କ ଘାଟି ରାସ୍ତା, ପାହାଚ ରାସ୍ତା, ମନ୍ଦିର ଭିତର ବେଢ଼ା, ପୀଠ ପରିସର, ବଡ଼ଦାଣ୍ଡ, ଶିଖରରେ ଆଲୋକ ବ୍ୟବସ୍ଥା କରାଯିବ। ଗାଡ଼ି ପାର୍କିଂ ପାଇଁ ଭଡ଼ା ଧାର୍ଯ୍ୟ ହେବ। ଦର୍ଶକମାନେ ଏଲ୍‌ଇଡି ମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବେ। ପରିମଳ, ଜଳଯୋଗାଣ, ଅଗ୍ନି ନିର୍ବାପକ, ଅସ୍ଥାୟୀ ଦୋକାନ, ଶୌଚାଳୟ, ଆଶୁ ଚିକିତ୍ସା, କଣ୍ଟ୍ରୋଲ ରୁମ ସ୍ଥାପନ ଆଦି ବିଷୟରେ ଆଲୋଚନା କରାଯାଇଛି। ଏଥର ମଧ୍ୟ ପୀଠକୁ ପଲିଥିନ ବାରଣ କରାଯାଇଛି। ପୀଠର ପାଦଦେଶରେ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଜାଗରଯାତ୍ରା ସମ୍ପନ୍ନ କରିବା ଲାଗି ଜିଲାପାଳ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।
ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ଏଥିରେ ସ୍ଥାନୀୟ କଲେଜର ୫୦ ଛାତ୍ରୀଛାତ୍ରଙ୍କ ସହଯୋଗ ନିଆଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶ ଚାନ୍ଦ ଗୋଗିନେନି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri